ସମ୍ବଲପୁର: ହୀରାକୁଦରେ ୨ଟି ଗେଟ୍ ଖୋଲିଲା ଏବଂ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛଡ଼ାଗଲା। ଆଜି ସକାଳ ୧୦ଟା ୭ମିନିଟ୍ ସମୟରେ ପ୍ରଥମେ ପୂଜାର୍ଚ୍ଚନା ପରେ ୭ ନମ୍ବର ଗେଟ ଖୋଲିଛି। ଏବେ ହୀରାକୁଦରେ ୬୦୯. ୩୯ଫୁଟ ଜଳ ଅଛି।
Sambad is now on WhatsApp
Join and get latest news updates delivered to you via WhatsApp
ଉପର ମୁଣ୍ଡରେ ଲଗାତାର ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଲଗାତାର ଭାବେ ବୃଦ୍ଧି ପାଉଥିବାରୁ ହୀରାକୁଦ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନିଆଯାଇଥିବା ହୀରାକୁଦ ହେଡ୍ ୱାର୍କସ ଓ ଅତିରିକ୍ତ ସ୍ପିଲ୍ ୱେ’ର ଅତିରିକ୍ତ ମୁଖ୍ୟଯନ୍ତ୍ରୀ ନିରାକାର ବିଶି ସୂଚନା ଦେଇଛନ୍ତି।
ସୂଚନାଯୋଗ୍ୟ, ଶନିବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୦୮.୬୯ ରହିଥିଲା। ଜଳଭଣ୍ଡାରକୁ ୭୪,୫୨୧ କ୍ୟୁସେକ ଜଳ ପ୍ରବେଶ କରୁଥିବା ବେଳେ ୨୩,୪୮୩ କ୍ୟୁସେକ ଜଳ ନିଷ୍କାସିତ ହେଉଥିଲା। ଏଥିରୁ ପାୱାର ଚାନେଲ ଦେଇ ୧୯,୦୨୦ କ୍ୟୁସେକ ଓ କେନାଲଗୁଡ଼ିକରେ ୪,୧୯୧ କ୍ୟୁସେକ ପାଣି ଛଡ଼ାଯାଇଥିବା ବେଳେ ଶିଳ୍ପାନୁଷ୍ଠାନଗୁଡ଼ିକ ୨୭୨ କ୍ୟୁସେକ ପାଣି ନେଉଥିବା ହୀରାକୁଦ ବନ୍ଧ ନିୟନ୍ତ୍ରଣ କକ୍ଷ ସୂତ୍ରରୁ ପ୍ରକାଶ। ଗତ ବର୍ଷ ଜୁନ୍ ୨୬ରେ ସେହି ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ହୋଇଥିବା ସେତେବେଳେ ଜଳସ୍ତର ୬୧୮ ଫୁଟ୍ ରହିଥିଲା। ଆସନ୍ତାକାଲି ଦିନ ୧୧ଟାରେ ହୀରାକୁଦ ଜଳଭଣ୍ଡାର ଜଳସ୍ତର ୬୦୯.୫୦ ଫୁଟ୍ରେ ପହଂଚିବା ବୋଲି ଆକଳନ କରାଯାଉଛି।