ଭୁବନେଶ୍ୱର: ଗୁରୁବାର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଜାରି ରହିଛି। ଫଳରେ ବିଧାନସଭା ଅଚଳ ହୋଇପଡ଼ିଛି। ପୂର୍ବାହ୍ନରେ ଗଞ୍ଜାମର ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗରେ ବିଜେଡି ସଦସ୍ୟମାନେ ହଙ୍ଗାମା ଆରମ୍ଭ କରିଥିବାବେଳେ ଇଡି ପ୍ରସଙ୍ଗରେ ବିରୋଧୀ କଂଗ୍ରେସ ସଦସ୍ୟମାନେ ଗୃହରେ ପ୍ରବଳ ହଟ୍ଟଗୋଳ କରିଥିଲେ।

Advertisment

ଉଭୟ ଦଳ ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ହୋ-ହଲ୍ଲା କରିଥିଲେ। ଗୃହର ସାଧାରଣ କାର୍ଯ୍ୟ ସମ୍ଭବ ନ ହେବାରୁ ବାଚସ୍ପତି ସୁରମା ପାଢ଼ୀ ସାଢ଼େ ୧୧ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ଘୋଷଣା କରିଥିଲେ।

ଦ୍ବିତୀୟ ଥର ପାଇଁ ପୁଣି ଗୃହର ସାଧାରଣ କାର୍ଯ୍ୟ ଆରମ୍ଭ ହେବାମାତ୍ରେ ବିରୋଧୀ ପୁଣି ଇଡି-ଚିକିଟି ମଦ ମୃତ୍ୟୁ ପ୍ରସଙ୍ଗ ନେଇ ବିଧାନସଭାରେ ହଙ୍ଗାମା କରିଥିଲେ। ଚିକିଟିରେ ମଦମତ୍ୟୁକୁ ନେଇ ଗୃହ ସରଗରମ ହୋଇଥିଲା । ଏହି ପ୍ରସଙ୍ଗକୁ କେନ୍ଦ୍ର କରି  ବିରୋଧୀ ଦଳ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଇସ୍ତଫା ଦାବି କରିଥିଲେ । ଫଳରେ ବାଚସ୍ପତି ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ଘୋଷଣା କରିଛନ୍ତି।