ଆଗାମୀ ୫ଦିନ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ,ବଜ୍ରପାତ ସହିତ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି।

ତେବେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ନବରଙ୍ଗପୁର, ସୁନ୍ଦରଗଡ଼, ମୟୁରଭଞ୍ଜ ଓ କେନ୍ଦୁଝର ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Thunderstorm, dust storm warning across India: Here's a state-wise forecast | Business Standard News
Business Standard

ସେହିପରି ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି,ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବାକି ସ୍ଥାନମାନଙ୍କରେ ପାଗ ମୁଖ୍ୟତଃ ଶୁଖିଲା ରହିବ। ଆଗାମୀ ୫ଦିନ ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଥିବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଆଜି ସୁଦ୍ଧା ମାଲକାନଗିରିରେ ସର୍ବାଧିକ ତାପମାତ୍ରା ୪୦ଡିଗ୍ରି ଥିବା ବେଳେ ଫୁଲବାଣୀରେ ୧୮.୫ଡିଗ୍ରି ସର୍ବନିମ୍ନ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର