୨୧ରେ କଳିଙ୍ଗ ଷ୍ଟାଡ଼ିୟମ୍‌ରେ ବିଶାଳ ଗଣଦୌଡ଼: ଜର୍ସି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ

Advertisment

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଆସନ୍ତା ୨୧ ତାରିଖ ସକାଳ....

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଆସନ୍ତା ୨୧ ତାରିଖ ସକାଳ....

gjgdjdgjcbnnbbn

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ତମ ଜନ୍ମଦିନ ଉପଲକ୍ଷେ ବିଜେପି ପକ୍ଷରୁ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ପର୍ଯ୍ୟନ୍ତ ସେବା ପକ୍ଷ ପାଳନ କରାଯାଉଛି। ଏହି ଅବସରରେ ଆସନ୍ତା ୨୧ ତାରିଖ ସକାଳ ୭ଟାରେ ଦେଶର ୭୫ଟି ସହରରେ ୧୦ ଲକ୍ଷ ଯୁବବର୍ଗଙ୍କୁ ନେଇ ଗଣଦୌଡ଼ର ଆୟୋଜନ କରାଯାଇଛି। ଏହି ଗଣଦୌଡ଼ର ବାର୍ତ୍ତା ରହିଛି ‘ନିଶାମୁକ୍ତ ଭାରତ’।

ଜର୍ସି ଉନ୍ମୋଚନ କଲେ ମୁଖ୍ୟମନ୍ତ୍ରୀ 
‘ନିଶାମୁକ୍ତ ଭାରତ’ର ବାର୍ତ୍ତା ଦିଆଯିବ

ଏହି କ୍ରମରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମଠାରୁ ଜନତା ମଇଦାନ ପର୍ଯ୍ୟନ୍ତ ଏକ ବିଶାଳ ଗଣଦୌଡ଼ର ଆୟୋଜନ କରାଯାଇଛି। ଏହି ଗଣଦୌଡ଼କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଶୁଭାରମ୍ଭ କରିବେ। ଏଥିପାଇଁ ଆଜି ମୁଖ୍ୟମନ୍ତ୍ରୀ ବିଧାନସଭାସ୍ଥିତ ତାଙ୍କ ପ୍ରକୋଷ୍ଠରେ ଗଣଦୌଡ଼ର ଜର୍ସି ଉନ୍ମୋଚନ କରିଛନ୍ତି। ଏଥିରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ, ଶାସକ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ, ବିଜେପି ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡା, ବିଧାୟକ ସନାତନ ବିଜୁଳି, ସରୋଜ ପାଢ଼ୀ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ଅବସରରେ ଏକ ମହତ ବାର୍ତ୍ତା ନେଇ ଆୟୋଜନ ହେଉଥିବା ଏହି ଗଣଦୌଡ଼ରେ ବିପୁଳସଂଖ୍ୟାରେ ଯୁବଗୋଷ୍ଠୀ, ଛାତ୍ରଛାତ୍ରୀ ସାମିଲ ହେବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe