Human Sagar Passes Away: ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ

Humane Sagar

Humane Sagar Photograph: (Sambad.in)

ଭୁବନେଶ୍ବର: ଆଉ ନାହାନ୍ତି ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧିନ ଅବସ୍ଥାରେ ଦେହାନ୍ତ । କିଛିଦିନ ହେବ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ରହିଥିଲା । ଲିଭର୍‌ ଓ କିଡନୀ ଜନିତ ରୋଗରେ ପୀଡ଼ିତ ଥିଲେ ହ୍ୟୁମାନ । ସେ ଶ୍ୱାସକ୍ରିୟା ଜନିତ ଅସୁବିଧା, ନିମୋନିଆ, ହେପାଟୋପାଥି, ଥ୍ରୋମ୍ବୋସାଇଟୋପେନିଆ ଓ କୋଆଗୁଲୋପାଥିରେ ପୀଡ଼ିତ ଥିଲେ । ତାଙ୍କୁ ଭେଣ୍ଟିଲେଟର୍‌ ସହାୟତାରେ ରଖାଯାଇଥିଲା । ଡାକ୍ତରଙ୍କ ସତଚେଷ୍ଟା ପରେ ବି ହ୍ୟୁମାନ୍‌ଙ୍କ ଦେହାନ୍ତ ହୋଇଛି । ଆଉ ସେ ଚିରନିଦ୍ରାରେ ଶୋଇଯାଇଛନ୍ତି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe