ବୋଲେରୋ-ବାଇକ୍‌ ଧକ୍କା: ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର

Advertisment
ବାଇକକୁ ଧକ୍କା ଦେଲା କାର୍, ଚାଲିଗଲା ମହିଳାଙ୍କ ଜୀବନ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥର ହାତୀବାରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।‌ ବାଇକ୍ ସହ ବୋଲେରୋର ମୁହାଁମୁହିଁ ଧକ୍କା ହେବାରୁ ସ୍ବାମୀଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଚିଲିଦା ଗ୍ରାମର ପ୍ରକାଶ ଚନ୍ଦ୍ର ନାଏକ ଓ ତାଙ୍କ ପତ୍ନୀ ଏକ ବାଇକ୍‌ରେ ତୁରୁମୁଙ୍ଗାରୁ ନିଜ ଘରକୁ ଫେରୁଥିଲେ। ବିପରୀତ ଦିଗରୁ ଆସୁଥିବା ବୋଲେରୋ ସହ ବାଇକ୍‌ଟି ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ପ୍ରକାଶଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଘଟଣାରେସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ତୁରୁମୁଙ୍ଗା ପୁଲିସ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe