କଟକ/ବାଲେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦରକୁ ପୁଲିସ ଏନକାଉଣ୍ଟର କରିଛି । କଟକ ଜିଲ୍ଲା ଚୌଦ୍ୱାର ଜେଲରୁ ମୟୂରଭଂଜ ଜିଲ୍ଲା ବାରିପଦା ଜେଲକୁ ସ୍ଥାନାନ୍ତର କରାଯାଉଥିବା ବେଳେ ବାଟରେ ଏନକାଉଣ୍ଟର କରିଛି ପୁଲିସ । ହାଇଦର ପରିଶ୍ରା କରିବା ବାହାନାରେ ଦୌଡ଼ି ପଳାଉଥିଲା ବୋଲି ପୁଲିସ ସୂଚନା ଦେଇଛି । କିନ୍ତୁ ପୁଲିସ ସେହି ସମୟରେ ଉପାୟ ନପାଇ ବାଧ୍ୟହୋଇ ହାଇଦରକୁ ଗୁଳି କରିଥିଲା । ରିପୋର୍ଟ ଲେଖାଯିବା ବେଳକୁ ହାଇଦରକୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାଯାଇଛି ।
/sambad/media/post_attachments/wp-content/uploads/2021/07/254d5ddf-0680-47be-9387-b78c5d23b2b4-1024x576.jpg)
କୁଖ୍ୟାତ ଅପରାଧୀ ହାଇଦରକୁ ଆଜି ଚୌଦ୍ୱାର ଜେଲରୁ ବାରିପଦା ଜେଲ ନିଆଯାଉଥିଲା ବୋଲି କଟକ ଡିସିପି ପ୍ରତୀକ ସିଂହ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଡିସିପି କହିଛନ୍ତି ଯେ, ବାଲେଶ୍ୱର ଜିଲ୍ଲା ସିମୁଳିଆ ନିକଟରେ ଆଜି ଅପରାହ୍ନ ପ୍ରାୟ ୩ଟା ୨୦ରେ ହାଇଦର ପରିଶ୍ରା ଯିବା ପାଇଁ କଟକ ପୁଲିସର ଏସ୍କଟ ଟିମ୍କୁ କହିଥିଲା । ସେଠାରୁ ସେ ସୁଯୋଗ ଦେଖି ଖସି ପଳାଇବାକୁ ଉଦ୍ୟମ କରିଥିଲା । ସୁରକ୍ଷାକର୍ମୀଙ୍କ ଠାରୁ ବନ୍ଧୁକ ଛଡ଼ାଇବାକୁ ଉଦ୍ୟମ କରିଥିଲା । ଉପାୟ ନ ପାଇ ସୁରକ୍ଷାକର୍ମୀ ତାକୁ ଅଟକାଇବାକୁ ଗୁଳି ଚଳାଇଥିଲେ । ହାଇଦର ପେଟରେ ଗୁଳି ବାଜିଛି ବୋଲି ଡିସିପି କହିଛନ୍ତି ।
/sambad/media/post_attachments/wp-content/uploads/2021/07/26a31593-2618-4976-b3fb-cca5c4885532-1024x473.jpg)
ସୂଚନାଯୋଗ୍ୟ, କୁଖ୍ୟାତ ଅପରାଧୀ ହାଇଦର ଗତ ଏପ୍ରିଲ ୧୦ତାରିଖରେ କଟକ ବଡ଼ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ସ୍ୱାସ୍ଥ୍ୟକର୍ମୀ ଏବଂ ପୁଲିସକୁ ଚକମା ଦେଖାଇ ଖସି ପଳାଇଥିଲା । ହାଇଦର ଫେରାର ହୋଇଯିବା ପରେ ଓଡ଼ିଶା ପୁଲିସର ନିଦ ହଜିଯାଇଥିଲା । ହାଇଦରକୁ ଧରିବା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କରିଥିଲା । କିଛି ଟିମ୍ କଟକରେ ଏବଂ ଅନ୍ୟ କିଛି ଟିମ୍ ରାଜ୍ୟର ଅନ୍ୟସ୍ଥାନରେ ନିୟୋଜିତ ହୋଇଥିଲେ । ଏଥି ସହିତ ହାଇଦରକୁ ଧରିବା ପାଇଁ ରାଜ୍ୟ ବାହାରେ ମଧ୍ୟ ସ୍ୱତନ୍ତ୍ର ଟିମ୍ କାମ କରୁଥିଲା । ଶେଷରେ ହାଇଦରକୁ ତେଲେଙ୍ଗାନାର ରାଜଧାନୀ ହାଇଦ୍ରାବାଦ୍ରୁ ଧରାଯାଇଥିଲା ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/0d9e4de0-5fa5-4b17-89d7-ff353ded55b5.jpg)