ଗଜପତି : ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରୁ ଶିଶୁକୁ ଆପଣାଇଲେ ହାଇଦ୍ରାବାଦ ଦମ୍ପତି

ଗଜପତି : ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରରୁ ଶିଶୁକୁ ଆପଣାଇଲେ ହାଇଦ୍ରାବାଦ ଦମ୍ପତି

ପାରଳାଖେମୁଣ୍ତି : ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୨୦ତମ ଶିଶୁକୁ ଭାରପ୍ରାପ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ପୋଷ୍ୟସନ୍ତାନ ଭାବେ ସୁଦୂର ହାଇଦ୍ରାବାଦର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି। ଲକ୍‌ଡାଉନ ଏବଂ ସଟ୍‌ଡାଉନ ସମୟରେ ଅସହାୟ ଶିଶୁଙ୍କୁ ଉଦ୍ଧାର କରି ସେମାନଙ୍କର ଯତ୍ନ ଓ ସୁରକ୍ଷା ପାଇଁ ଜିଲ୍ଲାରେ ଥିବା ଏକମାତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ନିସାନ ସାଲୋମରେ ରଖାଯାଇଥିଲା। ପୋଷ୍ୟ ସନ୍ତାନ ଭାବେ ଗ୍ରହଣ ପାଇଁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ରର ପୋର୍ଟାଲରେ ଅପଲୋଡ଼ କରାଯାଇଥିଲା। ପରେ ଶିଶୁଟିକୁ ଶିଶୁ ମଙ୍ଗଳ ସମିତି, ଗଜପତି ଆଇନତଃ ମୁକ୍ତ ଭାବେ ଘୋଷଣା କରିଥିଲେ। ଯଦ୍ୱାରା ଶିଶୁଟି ପୋଷ୍ୟ ଭାବେ ଯେକୌଣସି ଦମ୍ପତିଙ୍କ ପାଖକୁ ଯାଇପାରିବେ ତାହା ସମସ୍ତଙ୍କୁ ପୋର୍ଟାଲ୍ ମାଧ୍ୟମରେ ଜଣାଇଦିଆଯାଇଥିଲା।

ଅନଲାଇନ୍ ମାଧ୍ୟମରେ ଦରଖାସ୍ତ ଦେଇ ଅପେକ୍ଷା କରି ରହିଥିବା ଦମ୍ପତିଙ୍କୁ କେନ୍ଦ୍ରୀୟ ପୋଷ୍ୟ ସମ୍ବଳ କେନ୍ଦ୍ର ଅନୁମୋଦନ କରିଥିଲେ। ଏହି ଦମ୍ପତି ଶିଶୁକୁ ପସନ୍ଦ କରି ନେବାପାଇଁ ସ୍ଥିର କରିଥିଲେ। ପରେ ଆବଶ୍ୟକ ହେଉଥିବା ଦସ୍ତାବିଜ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର ଏବଂ ଜିଲ୍ଲା ଶିଶୁ ସୁରକ୍ଷା କାର୍ଯ୍ୟାଳୟ ପ୍ରସ୍ତୁତ କରିଥିଲେ। ସମସ୍ତ ଦସ୍ତାବିଜକୁ ଭାରପ୍ରାପ୍ତ ଜିଲ୍ଲାପାଳ ଯାଞ୍ଚ କରିବା ପରେ ଆଜି ଶିଶୁଟିକୁ ହାଇଦ୍ରାବାଦର ଦମ୍ପତିଙ୍କୁ ହସ୍ତାନ୍ତର କରିଦିଆଯାଇଥିଲା। ଏହି ଶିଶୁଟି କନ୍ୟାରତ୍ନ ହୋଇଥିଲା ବେଳେ ପୋଷ୍ୟ ଭାବେ ଗ୍ରହଣ କରିବା ପରେ ଦମ୍ପତିଙ୍କ ମଧ୍ୟରେ ଖୁସି ଥିବା ଲକ୍ଷ୍ୟ କରାଯାଇଥିଲା । ହସ୍ତାନ୍ତର ସମୟରେ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଅରୁଣ କୁମାର ତ୍ରୀପାଠୀ, ନିସାନ ସାଲୋମ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ପରିଚାଳକ ପ୍ରତ୍ୟୁଷ କୁମାର ସୂର୍ଯ୍ୟ ଏବଂ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍‌ର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe