ମୋତେ ଫସାଇ ଦିଆଯାଇଛି: ନିଲମ୍ବିତ ଆଇଏଏସ୍‌ ଅଧିକାରୀ ବିଜୟ କେତନ ଉପାଧ୍ୟାୟ

ଲାଞ୍ଚ ନେଇ ଆଇଏଏସ୍‌ ଅଫିସର ଧରାପଡ଼ିବା ଘଟଣା : ଜାମିନ ମିଳିଲାନି, ରିମାଣ୍ଡରେ ବିଜୟ କେତନ

Photo: Dailyhunt

ଭୁବନେଶ୍ୱର: ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍‌ସ ଅଧିକାରୀଙ୍କ ହାତରେ ଧରାପଡ଼ିଥିବା ଉଦ୍ୟାନ ବିଭାଗ ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟ କହିଛନ୍ତି ମୋତେ ଫସାଯାଇଛି। ନିଲମ୍ବିତ ଆଇଏଏସ୍‌ ବିଜୟ କେତନ ଭିଜିଲାନ୍‌ସ କୋର୍ଟରେ ହାଜର ବେଳେ ଗଣମାଧ୍ୟମର ପ୍ରତିନିଧିଙ୍କୁ ମଙ୍ଗଳବାର କହିଛନ୍ତି ଯେ, ମୁଁ ଟଙ୍କା ଲାଞ୍ଚ ନେଇ ନାହିଁ। ମୋର କିଛି ଷ୍ଟାଫ ଯୋଜନାବଦ୍ଧ ଭାବେ ଫସାଇଛନ୍ତି। ସେ କହିଛନ୍ତି, ମୋତେ ଫସାଇବାରେ ବିଭାଗର କିଛି ବରିଷ୍ଠ ଅଧିକାରୀଙ୍କ ମଧ୍ୟ ହାତ ରହିଛି। ଗତକାଲି ତାଙ୍କୁ ଗିରଫ କରାଯିବା ପ‌ରେ ଆଜି ଭିଜିଲାନ୍ସ ପକ୍ଷରୁ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଜାରି ବିବୃତିରେ କୁହାଯାଇଛି କି ଉଦ୍ୟାନ ବିଭାଗ ନିର୍ଦ୍ଦେଶକଙ୍କ ପକ୍ଷରୁ ଲାଞ୍ଚ ଗ୍ରହଣ କରୁଥିବା ବେଳେ ଜନୈକ ଘରୋଇ ବ୍ୟ‌ାଙ୍କର ଅଧିକାରୀ ସନ୍ତୋଷ କୁମାର ପଟ୍ଟନାୟକଙ୍କୁ ମଧ୍ୟ ଗିରଫ କରାଯାଇଥିଲା।

ସୂଚନାଯୋଗ୍ୟ ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍‌ସ ଅଧିକାରୀଙ୍କ ହାତରେ ଧରାପଡ଼ିବା ପରେ ୨୦୦୯ ବ୍ୟାଚ୍‌ର ଆଇଏଏସ୍‌ ଅଧିକାରୀ ବିଜୟ କେତନ ଉପାଧ୍ୟାୟଙ୍କୁ ସରକାର ନିଲମ୍ବିତ କରିଥିଲେ। ବିଲ୍‌ ପାସ୍‌ କରିବା ପାଇଁ ୧ ଲକ୍ଷ ଟଙ୍କାର ଲାଞ୍ଚ ନେଉଥିବା ବେଳେ ସେ ଧରାପଡ଼ିଥିଲେ। ଏହା ପରେ ତାଙ୍କୁ ଓ ଅନ୍ୟ ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା। ଗିରଫ ହେବା ପରେ ଭୁବନେଶ୍ୱରସ୍ଥିତ ଭିଜିଲାନ୍‌ସ କାର୍ଯ୍ୟାଳୟରେ ତାଙ୍କୁ ବରିଷ୍ଠ ଅଧିକାରୀମାନେ ପଚରାଉଚରା କରିଥିଲେ।

ହସ୍ତଗତ ହୋଇଥିବା ସୂଚନା ଅନୁସାରେ, ରାଜ୍ୟ ସରକାରଙ୍କ ମୋ ସରକାର ଯୋଜନା ଆଧାରରେ ବିଭିନ୍ନ ବ୍ୟକ୍ତିଙ୍କଠାରୁୁ ବିଭାଗର କାର୍ଯ୍ୟକାରୀତା ନେଇ ମତାମତ ସଂଗ୍ରହ ସମୟରେ ଉଦ୍ୟାନ ବିଭାଗରେ ବ୍ୟାପକ ଲାଞ୍ଚ କାରବାର ହେଉଥିବା ସୂଚନା ଆସିଥିଲା। ଏଥିସହ ନିର୍ଦ୍ଦେଶକ ଦୁର୍ନୀତିରେ ଜଡ଼ିତ ବୋଲି ଅଭିଯୋଗ ଆସିଥିଲା। ଏହାପରେ ଉପରୋକ୍ତ ସୂଚନାକୁ ଭିଜିଲାନ୍‌ସ ନିର୍ଦ୍ଦେଶାଳୟକୁ ପ୍ରଦାନ କରାଯାଇ ଉପଯୁକ୍ତ ପଦକ୍ଷେପ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ପ୍ରାୟ ୧୦ ଦିନ ହେବ ଭିଜିଲାନ୍‌ସ ପକ୍ଷରୁ କୃଷି ବିଭାଗ ଅଧିନସ୍ଥ ଉଦ୍ୟାନ ନିର୍ଦ୍ଦେଶାଳୟ ଉପରେ ସତର୍କ ଦୃଷ୍ଟି ରଖାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe