ଆଇଏଏସ୍  ଅଦଳବଦଳ: ବିଷ୍ଣୁପଦଙ୍କୁ ଉଚ୍ଚଶିକ୍ଷା, ଅରବିନ୍ଦଙ୍କୁ କୃଷି

Advertisment
ଆଇଏଏସ୍  ଅଦଳବଦଳ: ବିଷ୍ଣୁପଦଙ୍କୁ ଉଚ୍ଚଶିକ୍ଷା, ଅରବିନ୍ଦଙ୍କୁ କୃଷି

ଭୁବନେଶ୍ବର : ରାଜ୍ୟ ସରକାର ଆଜି ଆଇଏଏସ୍ ସ୍ତରରେ ଅଦଳବଦଳ କରିଛନ୍ତି। କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିଥିବା ଦୁଇ ଆଇଏଏସ୍ ଅଫିସର୍ ଅରବିନ୍ଦ ପାଢ଼ୀ ଓ ଅଶ୍ବଥି ଏସ୍‌ଙ୍କୁ ନୂଆ ନିଯୁକ୍ତି ମିଳିଛି। ଶ୍ରୀ ପାଢ଼ୀଙ୍କୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ସେ ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ବିଭାଗର ଅତିରିକ୍ତ ଦାୟିତ୍ବ ସମ୍ଭାଳିବେ। ଅଶ୍ବଥୀ ଏସ୍‌ଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସଚିବ ଭାବେ ନିଯୁକ୍ତି ମିଳିଛି।

ସୂଚନାଯୋଗ୍ୟ ଯେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସଞ୍ଜୀବ ଚୋପ୍ରା କୃଷି ବିଭାଗର ଅତିରିକ୍ତ ଦାୟିତ୍ବ ସମ୍ଭାଳୁଥିଲେ। ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ଉଚ୍ଚଶିକ୍ଷା ବିଭାଗକୁ ବଦଳି କରାଯାଇଛି। ସେ ବାଣିଜ୍ୟ ଓ ପରିବହନ ବିଭାଗର ଅତିରିକ୍ତ ଦାୟିତ୍ବରେ ରହିବେ। ଏବେ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଥିବା ଶାଶ୍ବତ ମିଶ୍ର ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ କାର୍ଯ୍ୟ ଜାରି ରଖିବେ। ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ନିଯୁକ୍ତି ମିଳିଛି। ତେବେ ସେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବରେ ରହିବେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe