ଆଇଏଏସ୍‌ ସ୍ତରରେ ଅଦଳବଦଳ : ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ବିଭାଗ ଏବଂ ଅରବିନ୍ଦ ପାଢ଼ୀଙ୍କୁ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ରାଜ୍ୟ ସରକାର ବରିଷ୍ଠ ଆଇଏଏସ୍‌ ଅଧିକାରୀ ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ତରଫରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁସାରେ ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଅବକାରୀ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ଏଥିସହ ସେ ପୂର୍ବପରି ଗ୍ରୀଡକୋ ଅଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।

କୃଷି ଓ କୃଷକ ସଶକ୍ତୀକରଣ ବିଭ‌ାଗର ପ୍ରମୁଖ ସଚିବ ଡ. ଅରବିନ୍ଦ ପାଢ଼ୀ ଅତିରିକ୍ତ ଭାବେ ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗର ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ । ସେହିପରି ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ କୁମାର ବଶିଷ୍ଠଙ୍କୁ ମତ୍ସ୍ୟ ଓ ପ୍ରାଣୀ ସଂପଦ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି। ହସ୍ତତନ୍ତ୍ର ଓ ବୟନ ଶିଳ୍ପ ବିଭାଗରେ କମିସନର ତଥା ସଚିବ ଶୁଭା ଶର୍ମାଙ୍କୁ ମହିଳା ଓ ଶିଶୁ ବିକାଶ ବିଭାଗରେ ଅବସ୍ଥାପିତ କରାଯାଇଛି।

‌ରାଜ୍ୟ ସରକାର ବିଜ୍ଞାନ ଓ ବୈଷୟିକ ସଚିବ ଭାବେ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଥିବା ବେଳେ ଶାଳିନୀ ପଣ୍ଡିତଙ୍କୁ ଅତିରିକ୍ତ ଦାୟିତ୍ବ ଦିଆଯାଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗରେ ସଚିବ ଭାବେ ଅବସ୍ଥାପିତ କରିଛନ୍ତି। ଅନୁସୂଚିତ ଜନଜାତି ବିଭାଗରେ ନିର୍ଦ୍ଦେଶିକା ଗୁହା ପୁନମ ତାପସ କୁମାରଙ୍କୁ ଓରମାସରେ ସିଇଓ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି।

ରାଜ୍ୟ ସରକାର ଜାତୀୟ ସ୍ବାସ୍ଥ୍ୟ ମିଶନରେ ମିଶନ ନିର୍ଦ୍ଦେଶିକା ଭାବେ ଓଏସ୍‌ଏମ୍‌ସିଏଲ୍‌ର ପରିଚାଳନା ନିର୍ଦ୍ଦେଶିକା ଡ. ବୃନ୍ଦା ଡି’ଙ୍କୁ ଅତିରିକ୍ତ ଦାୟିତ୍ବ ଦେଇଛନ୍ତି। ସେହିପରି ବାଣିଜ୍ୟ ଓ ପରିବହନ ବିଭାଗରେ ସ୍ବତନ୍ତ୍ର ସଚିବ ସଂଜୟ କୁମାର ମିଶ୍ରଙ୍କୁ ଓପିଟିସିଏଲ୍‌ରେ ଅଧ୍ୟକ୍ଷ ଓ ପରିଚାଳନା ନିର୍ଦ୍ଦେଶକ ଭାବେ ଅତିରିକ୍ତ ଦାୟିତ୍ବ ମିଳିଛି। ସରୋଜ କୁମାର ମିଶ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସ୍ବତନ୍ତ୍ର ସଚିବ ‌ହୋଇଛନ୍ତି।

ସମ୍ବନ୍ଧିତ ଖବର