ଭୁବନେଶ୍ବର: ରାଜ୍ୟ ସରକାର ଆଇଏଏସ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଅଶୋକ କୁମାର ମୀନା କେନ୍ଦ୍ରୀୟ ଡେପୁଟେସରେ ଯିବାପରେ ୧୯୯୫ ବ୍ୟାଚ୍ ଆଇଏଏସ ସୁଶୀଲ କୁମାର ଲୋହାନୀଙ୍କୁ ରାଜ୍ୟ ପଞ୍ଚାୟତିରାଜ ଓ ପାନ୍ୟଜଳ ବିଭାଗର ଅତିରିକ୍ତ ଦାୟିତ୍ୱ ମିଳିଛି।। ଶ୍ରୀ ଲୋହାନୀ ଏବେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟ ତୁଲାଉଛନ୍ତି। ଏଥିସହ ତାଙ୍କ ପାଖରେ ଅବାକାରୀ ବିଭାଗର ସଚିବ ପଦ ରହିଛି।
୧୯୯୩ ବ୍ୟାଚ୍ ଆଇଏଏସ ତଥା ଇସ୍ପାତ ଓ ଖଣି ବିଭାଗ ପ୍ରମୁଖ ସଚିବ ଦେଓରଞ୍ଜନ ସିଂହଙ୍କୁ ରାଜ୍ୟ ସରକାର ଅବକାରୀ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛନ୍ତି। ଶ୍ରୀ ସିଂହ ଓଏମସି ଅଧ୍ୟକ୍ଷ, ଇଡକଲ ଅଧ୍ୟକ୍ଷ, ଓଏମସିଏଲର ଅଧ୍ୟକ୍ଷ ଦାୟିତ୍ୱ ମଧ୍ୟ ତୁଲାଇବେ। ୧୯୯୭ ବ୍ୟାଚ୍ ଆଇଏଏସ୍ ତଥା ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ସଞ୍ଜୟ କୁମାର ସିଂହଙ୍କୁ ଅତିରିକ୍ତ ଭାବେ ବାଣିଜ୍ୟ କର ଓ ଜିଏସ୍ଟି କମିସନ ଭାବେ ଦାୟିତ୍ୱ ମିଳିଛି। ଏଥି ସହିତ ଶ୍ରୀ ସିଂହ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ, ବିଡିଏ ଉପାଧ୍ୟକ୍ଷ ଓ ଭୁବନେଶ୍ୱର ସ୍ମାର୍ଟସିଟି ପରିଚାଳନା ନିର୍ଦ୍ଦେଶ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/11/lokaseba-bhaban.jpg)