କେନ୍ଦ୍ରକୁ ଗଲେ ଆଇଏଏସ୍‌ ସନ୍ତୋଷ ଷଡ଼ଙ୍ଗୀ

କେନ୍ଦ୍ର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ଅତିରିକ୍ତ ଶାସନ ଭାବେ
ଆଇଆର୍‌ଟିଏସ୍‌ ମନୋଜ ମିଶ୍ରଙ୍କୁ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦାୟିତ୍ବ ନିଯୁକ୍ତ

ଭୁବନେଶ୍ବର : ପୁଣି କେନ୍ଦ୍ରକୁ ଗଲେ ୧୯୯୪ ବ୍ୟାଚ୍‌ ଆଇଏଏସ୍‌ ଅଧିକାରୀ ତଥା ବିଜ୍ଞାନ ଓ କାରିଗରୀ ବିଭାଗ ପ୍ରମୁଖ ଶାସନ ସଚିବ ସନ୍ତୋଷ କୁମାର ଷଡ଼ଙ୍ଗୀ। ଏ ନେଇ ରାଜ୍ୟ ସରକାର ଶ୍ରୀ ଷଡ଼ଙ୍ଗୀଙ୍କୁ ଅନୁମତି ପ୍ରଦାନ କରିଛନ୍ତି। ଶ୍ରୀ ଷଡ଼ଙ୍ଗୀ କେନ୍ଦ୍ର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗତର ଅତିରିକ୍ତ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଶ୍ରୀ ଷଡ଼ଙ୍ଗୀଙ୍କ ସ୍ଥାନରେ ବାଣିଜ୍ୟ ଓ ପରିବହନ ବିଭାଗର ସ୍ବତନ୍ତ୍ର ଶାସନ ସଚିବ ତଥା ଇଲୋକ୍ଟ୍ରୋନିକ୍‌ସ୍‌ ଓ ସୁଚନା ପ୍ରଯୁକ୍ତି ବିଦ୍ୟା ବିଭାଗର ସଚିବ ଭାବେ ଅତିରିକ୍ତ ଦାୟିତ୍ବ ତୁଲାଉଥିବା ଆଇଆର୍‌ଟିଏସ୍‌ ମନୋଜ କୁମାର ମିଶ୍ରଙ୍କୁ ବିଜ୍ଞାନ ଓ କାରିଗରୀ ବିଭାଗର ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି। ଏ ନେଇ ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସମ୍ବନ୍ଧିତ ଖବର