ଆଇଏମଏ ମିଶ୍ରଣକୁ ବିରୋଧ କରି ମାମଲା : ପ୍ରତିଜବାବ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ : ଭୁବନେଶ୍ବର ଅନ୍ଧାରୁଆଠାରେ ଥିବା ଦି ଇନଷ୍ଟିଚ୍ୟୁଟ ଅଫ୍ ମାଥମେଟିକ୍ସ ଆଣ୍ଡ ଆପ୍ଲିକେସନ୍ସ(ଆଇଏମଏ)କୁ କେନ୍ଦ୍ର ସରକାରଙ୍କ ଇଣ୍ଡିଆନ୍ ଷ୍ଟାଟିସଟିକାଲ୍ ଇନଷ୍ଟିଚ୍ୟୁଟ(ଆଇଏସଆଇ)ରେ ମିଶାଯିବା ଲାଗି ଗ୍ରହଣ କରାଯାଇଥିବା ନିଷ୍ପତ୍ତିକୁ ବିରୋଧ କରି ଦାୟର ମାମଲାରେ ଆବେଦନକାରୀ ପ୍ରତିଜବାବ ଦାଖଲ କରିବେ। ପୂର୍ବରୁ ଏହି ମାମଲାରେ ରାଜ୍ୟ ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ବିଭାଗ ପକ୍ଷରୁ ଜବାବ ଦାଖଲ କରାଯାଇଥିବା ବେଳେ ଆବେଦନକାରୀ ପ୍ରତିଜବାବ ଦାଖଲ କରିବେ। ମୁଖ୍ୟ ବିଚାରପତି ଜଷ୍ଟିସ କେ.ଏସ୍‌.ଜାଭେରୀ ଓ ଜଷ୍ଟିସ କେ.ଆର୍.ମହାପାତ୍ରଙ୍କୁ ନେଇ ଗଠିତ ଖଣ୍ତପୀଠ ଏ ସଂପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ମାର୍ଚ୍ଚ ୨୫ରେ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଆବେଦନକାରୀ କାମାକ୍ଷା ପ୍ରସାଦ ବେହେରାଙ୍କ ପକ୍ଷରୁ ଆଇନଜୀବୀ ଚନ୍ଦ୍ରକାନ୍ତ ପ୍ରଧାନ ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧିତ ଖବର