ବଦଳିଲା ପାଗ , ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କଲା ପାଣିପାଗ ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର: ଆଜି ବିଶେଷ ଭାବେ ଗ୍ରୀଷ୍ମ ପ୍ରବାହର ପ୍ରଭାବ ଦେଖିବାକୁ ମିଳିବନି। କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ। ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡଘଡି ସହ ଝଡ ତୋଫାନ ହେବାର ସମ୍ଭାବନା ରହିଛି। ଆଗାମୀ ୨୪ ଘଣ୍ଟା ପାଇଁ କିଛି କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ୩୦ ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ବର୍ଷାର ବିସ୍ତୃତି ବୃଦ୍ଧି ପାଇବ। ବର୍ଷା କାରଣରୁ ସମଗ୍ର ଓଡ଼ିଶାରେ ଦିନ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ସର୍ବାଧିକ ଦିନ ଧରି ଚଳିତ ଥର ଗ୍ରୀଷ୍ମ ଲହରୀ ଜାରି ରହିଥିଲା ।

ଆଗରୁ ଥରେ ଦୁଇଥର ଏଭଳି ସ୍ଥିତି ଦେଖିବାକୁ ମିଳିଥିଲା। ମତ୍ସ୍ୟଜୀବୀଙ୍କ ପାଇଁ ମଧ୍ୟ ସତର୍କତା ଦିଆଯାଇଛି। ନିର୍ବାଚନ ସମୟରେ ମଧ୍ୟ ପାଗ ଅନୁକୂଳ ରହିପାରେ। ୬ ଜିଲ୍ଲାକୁ ବର୍ଷା ନେଇ ୭ ରୁ ୧୦ ତାରିଖ ପର୍ଯ୍ୟନ୍ତ ଅରେଞ୍ଜ ୱାର୍ଣ୍ଣିଙ୍ଗ ଦିଆଯାଇଛି। ଉତ୍ତର ଓଡ଼ିଶା, ଉପକୂଳ ଓଡ଼ିଶା, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ବର୍ଷା ନେଇ ଆଗାମୀ ୫ ଦିନ ପାଇଁ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧିତ ଖବର