ବାତ୍ୟା ‘ଦାନା’ର ପ୍ରଭାବ: ତୁହାକୁ ତୁହା ବର୍ଷା ସହିତ ପବନ ବେଗ ବଢ଼ିଲା, ଅଶାନ୍ତ ହେଲା ସମୁଦ୍ର, ଭୁବନେଶ୍ବରରେ ବର୍ଷା ଆରମ୍ଭ

ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେବାରେ ଲାଗିଛି...

ଅଦ୍ୟତନ ହୋଇଛି
WhatsApp Image 2024-10-23 at 10.32.17 PM

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି।  ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ପାଗ ଅଧିକ କୋହଲା ହେବାରେ ଲାଗିଥିବାବେଳେ  ସମୁଦ୍ର ଅଶାନ୍ତ ହେବା ସହିତ ଉଚ୍ଚା ଜୁଆର ସୃଷ୍ଟି ହେଉଛି।  

୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ତାଣ୍ଡବ ରଚିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ‘ଦାନା’ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି । ଲ୍ୟାଣ୍ଡଫଲ ପୂବର୍ରୁ ବାତ୍ୟାର ସମ୍ଭାବ୍ୟ ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।

ବାତ୍ୟା ସମୟରେ ପବନ ଅପେକ୍ଷା ବର୍ଷାର ପ୍ରଭାବ ଓଡ଼ିଶା ଉପରେ ଅଧିକ ରହିବ। ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ  ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। କଟକ, ଖୋର୍ଦ୍ଧା, ଢେଙ୍କାନାଳ ଓ ପୁରୀରେ ପ୍ରବଳ ବର୍ଷା ହେବ। ପାଖାପାଖି ୧୯ଟି ଜିଲ୍ଲାରେ ବର୍ଷା ସହିତ ପବନ ବହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। 

ସକାଳୁ ସକାଳୁ ଭୁବନେଶ୍ବରରେ ଝିପିଝିପି ବର୍ଷା ଆରମ୍ଭ ହୋଇଛି। ଏହା ସହିତ ପବନ ବେଗରେ ମଧ୍ୟ ପରିବର୍ତ୍ତନ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe