Impact of Kala Baisakhi: Calm conditions till May 10 Photograph: (sambad.in)
ଭୁବନେଶ୍ୱର: କାଳବୈଶାଖୀ ଓ ଟ୍ରପଲାଇନ୍ର ପ୍ରଭାବ ଯୋଗୁ ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତିରୁ ଆଶ୍ବସ୍ତି ମିଳିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ତେବେ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ମେ’ ମାସକୁ ନେଇ ଆକଳନ କରାଯାଇଛି ଯେ, ଏହି ମାସରେ ସ୍ୱାଭାବିକଠାରୁ ଅଧିକ ତାତି ଅନୁଭୂତ ହେବ। ରାତିରେ ଅଧିକ ଗରମ ଓ ଗୁଳୁଗୁଳି ସମ୍ଭାବନା ରହିଛି।
ମେ’୧ ତାରିଖ ଗୁରୁବାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଯାଜପୁରରେ ଘଡ଼ଘଡ଼ି ସହ କୁଆପଥର ବର୍ଷା ସମ୍ଭାବନା ଅଛି। ପବନର ବେଗ ୫୦ରୁ ୬୦ କିମି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ବୌଦ୍ଧ, ସୋନପୁର, ବଲାଙ୍ଗୀର ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ।
ପବନର ବେଗ ୪୦ରୁ ୫୦ କିମି ଛୁଇଁପାରେ। ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ୩୦କୁ ୪୦ କିମି ବେଗରେ ପବନ ବହିବା ସହିତ ଘଡ଼ଘଡ଼ି ଏବଂ ବର୍ଷା ହୋଇପାରେ।
ମେ’ ୨ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନୟାଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡିରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇପାରେ। ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ଅଧିକ ପଢ଼ନ୍ତୁ: ଓଡ଼ିଶାରେ ହାଇ ଆଲର୍ଟ: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭୁବନେଶ୍ୱରରେ କମିସନରେଟ୍ ପୁଲିସର ବ୍ଲକିଂ ଏବଂ ଚେକିଂ
ମେ’ ୩ ତାରିଖରେ ଉତ୍ତର ଓଡ଼ିଶା, ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ମେ’୪, ୫ ଓ ୬ ତାରିଖରେ ମଧ୍ୟ କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଅଧିକ ପଢ଼ନ୍ତୁ: ଆମେରିକାରୁ ଭାରତକୁ ଆସିଲା ଫୋନ୍: ସମବେଦନା ଜଣାଇଲେ ବୈଦେଶିକ ସଚିବ
IMD | imd bhubaneswar
Follow Us