ଆଜି ସନ୍ଧ୍ୟା ସାଢେ ୬ଟାରେ ରାଜ୍ୟରେ କୋଭିଡ ସ୍ଥିତି ନେଇ କହିବେ ମୁଖ୍ୟ ଶାସନ ସଚିବ, ଗୁରୁତ୍ବପୂର୍ଣ୍ଣ ଘୋଷଣା ସମ୍ଭାବନା

ଭୁବନେଶ୍ବର:  ରାଜ୍ୟରେ ତାଲା ବନ୍ଦ ବଢ଼ିବ ନା ନାହିଁ ତା’ଉପରେ ସାରା ରାଜ୍ୟର ନଜର ଥିବା ବେଳେ ଆଜି ସନ୍ଧ୍ୟା ସାଢ଼େ ୬ଟାରେ ରାଜ୍ୟର କରୋନା ସ୍ଥିତି ଓ ଆଗାମୀ କାର୍ଯ୍ୟପନ୍ଥା ନେଇ ସୂଚନା ଦେବେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଓଡ଼ିଶାର କରୋନା ସଂକ୍ରମଣ କମୁଥିଲେ ମଧ୍ୟ ଗ୍ରାମାଂଚଳରେ ବଢ଼ୁଥିବା ସଂକ୍ରମଣ ରାଜ୍ୟ ପାଇଁ ଚିନ୍ତା ବଢ଼ାଉଛି । ଏଭଳି ସ୍ଥିତିରେ ରାଜ୍ୟ ସରକାର ଲକ ଡାଉନ ଅବଧି ବଢ଼ାଇବେ ନା ନାହିଁ ତାଉପରେ ସମସ୍ତଙ୍କ ନଜର ରହିଛି ।

ଠିକ୍ ଏତିକି ବେଳେ ଓଡ଼ିଶାରେ କ’ଣ ହେବ ତାକୁ ନେଇ ଚର୍ଚ୍ଚା ଆରମ୍ଭ କରାଯାଇଛି । ଦେଶରେ କରୋନା ସଂକ୍ରମଣ ଯେଉଁ ହାରରେ କମୁଛି ସେହି ହାରରେ ଓଡ଼ିଶାରେ ସଂକ୍ରମଣ କମୁନାହିଁ । ଓଡ଼ିଶାରେ ସଂକ୍ରମଣ ସାମାନ୍ୟ କମିଥିଲେ ବି ଏବେବି ସଂକ୍ରମଣ ହାର ପ୍ରାୟ ୧୪ ପ୍ରତିଶତ ରହୁଛି । ଏଭଳି ସ୍ଥିତିରେ ରାଜ୍ୟ ସରକାର କ’ଣ ନିଷ୍ପତ୍ତି ନେବେ ତା ଉପରେ ସମସ୍ତଙ୍କ ନଜର ରହିଛି । ଆଗକୁ ଯେହେତୁ ସାବିତ୍ରୀ ବ୍ରତ, ଶୀତଳ ଷଷ୍ଠୀ ଏବଂ ରଜ ପର୍ବ ଥିବାରୁ ଜନଗହଳି ବଢ଼ିବାର ଆଶଙ୍କା ରହିଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ସରକାର କି ନିଷ୍ପତ୍ତି ନେବେ ତାହା ଉପରେ ସମସ୍ତଙ୍କ ନଜର ରହିଛି ।

ଅନ୍ୟପଟେ ଦେଶର ୮୦ ପ୍ରତିଶତ ଅଂଚଳ ଏବେ ତାଲା ବନ୍ଦ ଥିବା ବେଳେ ୩ଟି ରାଜ୍ୟ ଏବଂ ଦୁଇଟି କେନ୍ଦ୍ର ଶାସିତ ଅଂଚଳ ଲକ ଡାଉନକୁ ବଢ଼ାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଦିଲ୍ଲୀରେ କଟକଣା ସାମାନ୍ୟ କୋହଳ ହେବା ସହ ଜୁନ ୭ ତାରିଖ ସକାଳ ୫ଟା ଯାଏଁ ଲକ୍ଡାଉନକୁ ବଢ଼ାଇ ଦିଆଯାଇଛି । ସେହିପରି କେରଳ ମୁଖ୍ୟମନ୍ତ୍ରୀ ଜୁନ ୯ ତାରିଖ ଯାଏଁ ରାଜ୍ୟବ୍ୟାପି ତାଲାବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ପଡୁଚେରୀ, ମେଘାଳୟ ଓ ହିମାଂଚଳ ପ୍ରଦେଶରେ ମଧ୍ୟ ତାଲାବନ୍ଦକୁ ବୃଦ୍ଧି କରାଯାଇଛି ।

 

ସମ୍ବନ୍ଧିତ ଖବର