ଭୁବନେଶ୍ବର: ରାଜ୍ୟର ଦୁଇ ଜିଲ୍ଲା ନବରଙ୍ଗପୁର ଓ କନ୍ଧମାଳରେ ଏବେ କରୋନା ରୋଗୀଙ୍କ ସଂଖ୍ୟା ଶୂନ ରହିଛି। ଗତ ୨ ତାରିଖରେ ନବରଙ୍ଗପୁରରେ ଓ ୪ତାରିଖରେ କନ୍ଧମାଳରେ କୌଣସି ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇନାହାନ୍ତି। ରାଜ୍ୟରେ ଏବେ କରୋନା ସଂକ୍ରମଣ ଲଗାତାର ଭାବେ ଶହେ ତଳେ ରହିଥିବା ବେଳେ ଆଗାମୀ ଦିନରେ ଅନ୍ୟ ଜିଲ୍ଲାଗୁଡ଼ିକରେ ମଧ୍ୟ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ଶୂନକୁ ଆସିବ ବୋଲି ଆଶା କରାଯାଉଛି।

Advertisment

ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୨ଜଣ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରେ ସର୍ବାଧିକ ୧୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩ଲକ୍ଷ ୩୫ଜହାର ୫୪୮କୁ ବୃଦ୍ଧି ପାଇଛି। ଏହାସହ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଥିବା ନେଇ ସରକାରୀ ଭାବେ ଘୋଷଣା ହୋଇଛି। ଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୯୦୯କୁ ବୃଦ୍ଧି ପାଇଛି। ଅପରପକ୍ଷରେ ଆଜି ୧୦୯ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୩ଲକ୍ଷ ୩୨ହଜାର ୮୪୨କୁ ବୃଦ୍ଧି ପାଇଛି। ରାଜ୍ୟରେ ଏବେ ୭୪୪ଜଣ ଚିକିତ୍ସାଧୀନ ରୋଗୀ ରହିଛନ୍ତି।