ସୁରେନ୍ଦ୍ର ମହାନ୍ତିଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ସାଲେପୁର : ରାଜ୍ୟ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ଗୁରୁବାର ପାଗା ଗ୍ରାମରେ କଥାଶିଳ୍ପୀ ସୁରେନ୍ଦ୍ର ମହାନ୍ତିଙ୍କ ପୂର୍ଣ୍ଣାବୟବ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଛି। ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିଥିଲେ। କାର୍ଯ୍ୟକ୍ରମରେ ପ୍ରମୁଖ ଶାସନ ସଚିବ ମନୋରଂଜନ ପାଣିଗ୍ରାହୀ, ପ୍ରାକ୍ତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷା ଜ୍ୟୋତିରେଖା ନାୟକ, ସାଲେପୁର ବିଡିଓ ଶିବବ୍ରତ ଘୋଷ, କଥାଶିଳ୍ପୀ ସ୍ୱର୍ଗତ ମହାନ୍ତିଙ୍କ ଝିଅ ଲୋପାମୁଦ୍ରା ମହାନ୍ତି ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ପଣ୍ଡାଙ୍କୁ କର୍ମୀମାନେ ବିରାଟ ବାଇକ୍‌ ଶୋଭାଯାତ୍ରାରେ ଖଇରା ପୋଲରୁ ପାଗା ଗ୍ରାମସ୍ଥିତ ପ୍ରତିମୂର୍ତ୍ତି ପର୍ଯ୍ୟନ୍ତ ପାଛୋଟି ଆଣିଥିଲେ।

ସମ୍ବନ୍ଧିତ ଖବର