ଭୁବନେଶ୍ବର : ରାଜ୍ୟର ବିଭିନ୍ନ କ୍ଷେତ୍ରରେ ନିୟୋଜିତ ହୋଇଥିବା କୋଭିଡ ମାନବ ସମ୍ବଳକୁ ମିଳୁଥିବା ପ୍ରୋତ୍ସାହନ ରାଶିକୁ ରାଜ୍ୟ ସରକାର ବନ୍ଦ କରିଛନ୍ତି। ନିକଟରେ ବିଶ୍ବ ସ୍ବାସ୍ଥ୍ୟ ସଂଗଠନ(ହୁ) କୋଭିଡକୁ ଜରୁରୀକାଳୀନ ସ୍ବାସ୍ଥ୍ୟସେବା ତାଲିକାରୁ ବାଦ୍ ଦେବା ପରେ ରାଜ୍ୟ ସରକାର ଏହି ପଦକ୍ଷେପ ନେଇଛନ୍ତି। ଆଜି ଏ ସଂକ୍ରାନ୍ତରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।