ଉପକୂଳରେ ବଢ଼ିବ ତାପମାତ୍ରା

Advertisment
ଉପକୂଳରେ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ଜାଡ଼ରୁ ମିଳିଛି ଆଶ୍ୱସ୍ତି। ଉପକୂଳ, ଦକ୍ଷିଣ ଓ ଉତ୍ତର ଓଡ଼ିଶାରେ ତାପମାତ୍ରା ୧ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ଫଳରେ ରାଜ୍ୟର ଅଧିକାଂଶ ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ଉପରକୁ ଯାଇଥିବାବେଳେ ଆଜି ମାତ୍ର ୫ଟି ସହରର ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି ତଳେ ରହିଛି। ଫୁଲବାଣୀରେ ପୁଣିଥରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୫ ଡିଗ୍ରି ରେକର୍ଡ ହୋଇଛି। ଏଥିସହ ଦାରିଙ୍ଗବାଡ଼ି, ହୀରାକୁଦ ଓ ସୁନ୍ଦରଗଡ଼ର ସର୍ବନିମ୍ନ ତାପମାତ୍ରା ୯ ଓ ଭବାନୀପାଟଣାରେ ୯.୫ ଡିଗ୍ରି ରେକର୍ଡ କରାଯାଇଛି। ଭୁବନେଶ୍ୱର ଓ କଟକ ପରି ସହରର ତାପମାତ୍ରା ଏକ ରୁ ଦୁଇ ଡିଗ୍ରି ପର୍ଯ୍ୟନ୍ତ ବଢ଼ିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ଘନ କୁହୁଡ଼ି ଜାରି ରହିବ। ରାସ୍ତାଘାଟ ଠିକ୍‌ ଭାବେ ଦୃଶ୍ୟମାନେ ହେବ ନାହିଁ। ଗୋପାଳପୁର, ପୁରୀ, ବାଲେଶ୍ୱର, କଟକ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଧା ପରି ସ୍ଥାନରେ ତାପମାତ୍ରା ବଢ଼ିବ। କୁହୁଡ଼ି ପଡ଼ିବାକୁ ଥିବାରୁ ସାଧାରଣ ଲୋକେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଏଥିପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ପାଗ ଏବେ ସେତେଟା ପରିବର୍ତନ ହେବନି। ୨୭ ତାରିଖ ବେଳକୁ ଗୋଟିଏ ଦୁଇଟି ସ୍ଥାନରେ ଥଣ୍ଡା ଅନୁଭୂତ ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe