ବୃଦ୍ଧି ପାଇଲା ‘କାଳିଆ’ ଯୋଜନା ଆବେଦନ ଅବଧି; ଶେଷ ତାରିଖ ଜାନୁଆରି ୧୫

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ବରିଷ୍ଠ ଅଧିକାରୀମାନଙ୍କ ସହ କାଳିଆ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ଆଲୋଚନା କରିଥିଲେ । କାଳିଆ ଯୋଜନାରେ ସାମିଲ ହେବା ପାଇଁ ଚାଷୀମାନଙ୍କର ଆଗ୍ରହକୁ ଦୃଷ୍ଟିରେ ରଖି ଆବେଦନ ଫର୍ମ ଦାଖଲର ଶେଷ ତାରିଖ ଜାନୁୟାରୀ ୧୦ରୁ ଜାନୁଆରି ୧୫ ତାରିଖକୁ ଘୁଞ୍ଚାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ଆବେଦନ ଜାନୁଆରି ୨୫ ତାରିଖରୁ ଆରମ୍ଭ ହୋଇ ଫେବ୍ରୁଆରି ୫ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି । ଆବଶ୍ୟକସ୍ଥଳେ ତୃତୀୟ ପର୍ଯ୍ୟାୟ ଆବେଦନ ପାଇଁ ପରବର୍ତ୍ତୀ ସମୟରେ ନିଷ୍ପତ୍ତି କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି । କାଳିଆ ଯୋଜନାରୁ ଯେପରି ଜଣେ ବି ଯୋଗ୍ୟ ଚାଷୀ ବାଦ୍‌ ନ ପଡେ, ସେଥିପ୍ରତି ବିଶେଷ ଯତ୍ନବାନ ହେବା ପାଇଁ ଏଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ଚାଷୀଙ୍କ ପାଇଁ ଖୁସି ଖବର ବୋଲି କୁହାଯାଉଛି।

ସମ୍ବନ୍ଧିତ ଖବର