କରୋନା ହେତୁ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବଢ଼ୁଛି : ଜନସ୍ଵାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ବର: କୋଭିଡ କାରଣରୁ ରାଜ୍ୟରେ ମାନସିକ ଅବସାଦ ରୋଗୀଙ୍କ ସଂଖ୍ୟା ବହୁ ସଂଖ୍ୟାରେ ବଢିଛି । ତେବେ ଏହି ପରିସ୍ଥିତିର କିପରି  ସମାଧାନ ହୋଇ ପାରିବ ସେଥିପାଇଁ ବିଭିନ୍ନ ବ୍ୟବସ୍ଥା କରାଯାଇଛି ବୋଲି  ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଂଜନ ମିଶ୍ର ରବିବାର କହିଛନ୍ତି।

ଏଥିସହିତ ନିରଂଜନ ମିଶ୍ର କହିଛନ୍ତି, ସବୁ ଜିଲ୍ଲାର ମାନସିକ  ଚିକିତ୍ସା ୟୁନିଟଗୁଡ଼ିକ ମାଧ୍ୟମରେ ମୋବାଇଲ ମେଣ୍ଟାଲ ହେଲ୍ଥ ୟୁନିଟ ଗଠନ କରାଯାଇଛି। ଏହି ୟୁନିଟଗୁଡ଼ିକ ସଙ୍ଗରୋଧ କେନ୍ଦ୍ରକୁ ଯାଉଥିଲେ ଏବଂ ଲୋକମାନଙ୍କର ମାନସିକ ସମସ୍ୟା ନିବାରଣ କରିବାକୁ ଚେଷ୍ଟା କରୁଥିଲେ । ମାନସିକ ରୋଗୀ ବିଭାଗରେ କଲ ସେଣ୍ଟର ମଧ୍ୟ ସ୍ଥାପନ କରାଯାଇଛି ।

ଏହି କାର୍ଯ୍ୟକ୍ରମ ପାଇଁ କେନ୍ଦ୍ର ସରକାର ରାଜ୍ୟକୁ ପୁରସ୍କୃତ କରିଛନ୍ତି ବୋଲି ଜନସ୍ଵାସ୍ଥ୍ୟ ନିର୍ଦେଶକ ନିରଂଜନ ମିଶ୍ର କହିଛନ୍ତି। ତେବେ ଏହି କାର୍ଯ୍ୟ କିପରି ଆଗକୁ ଆହୁରି ତ୍ୱରାନ୍ୱିତ ହୋଇପାରିବ ସେ ଦିଗରେ ବୈଠକ ମାଧ୍ୟମରେ ଆଲୋଚନା ହୋଇଛି । ଏଥିପାଇଁ ଜିଲ୍ଲାସ୍ତରୀୟ ଅଧିକାରୀମାନଙ୍କୁ ସ୍ୱତନ୍ତ୍ର ନିର୍ଦେଶ ଦିଆଯାଇଛି ।

ସମ୍ବନ୍ଧିତ ଖବର