ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ୍‌ ପ୍ଲାଣ୍ଟ୍‌: ଧର୍ମେନ୍ଦ୍ର

ତାଳଚେର ସାର କାରଖାନା ପ୍ରକଳ୍ପର ସମୀକ୍ଷା କଲେ କେନ୍ଦ୍ରମନ୍ତ୍ରୀ

ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ସମାରୋହ: ଓଡ଼ିଆ ଭାଷା ଆମ ଅସ୍ମିତାର ପରିଚୟ ବୋଲି କହିଲେ ଧର୍ମେନ୍ଦ୍ର

Entrackr

ଭୁବନେଶ୍ବର : ତାଳଚେର ସାର କାରଖାନା କାର୍ଯ୍ୟକ୍ଷମ ହେଲେ ଭାରତର ପ୍ରଥମ କୋଇଲା ଗ୍ୟାସିଫିକେସନ୍‌ ଆଧାରିତ ସାର କାରଖାନା ହେବ। କାରଖାନା ଦ୍ବାରା କାର୍ଯ୍ୟକାରୀ ହେଉଥିବା କୋଇଲା ଗ୍ୟାସିଫିକେସନ୍‌ ଓ ୟୁରିଆ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା କରିବା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି କଥା କହିଛନ୍ତି। ଏହାସହ ଏହି କାରଖାନା ଓଡ଼ିଶା ଓ ପୂର୍ବ ଭାରତର ବିଭିନ୍ନ ଅଞ୍ଚଳରେ ୟୁରିଆ ତଥା ସାରର ସହଜ ଯୋଗାଣ ଉପଲବ୍ଧିକୁ ସୁନିଶ୍ଚିତ କରିବ ବୋଲି ସେ ଦାବି କରିଛନ୍ତି।

ଶୁକ୍ରବାର ସାର କାରଖାନାର ଅଗ୍ରଗତି ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ, କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ, କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟ ଓ ଭାରତ ସରକାରଙ୍କ ବିଭିନ୍ନ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ସମୀକ୍ଷା କରିଛନ୍ତି। ବୈଠକରେ ତାଳଚେର ସାର କାରଖାନା ପାଇଁ ଥିବା ଚ୍ୟାଲେଞ୍ଜ ଓ ପ୍ରକଳ୍ପକୁ ଶୀଘ୍ର କାର୍ଯ୍ୟକାରୀ କରିବା ଉପାୟ ଉପରେ ବିଚାରବିମର୍ଷ କରାଯାଇଛି। ତାଳଚେର ସାର କାରଖାନା ସଫଳତାର ସହ କାର୍ଯ୍ୟକ୍ଷମ ହେଲେ ଭାରତକୁ ୟୁରିଆ ଉତ୍ପାଦନରେ ଆତ୍ମନିର୍ଭର କରିବ। ଏହାସହିତ ଓଡ଼ିଶାରେ ନିଯୁକ୍ତି ସୁଯୋଗ ପ୍ରଦାନ କରିବା ସଙ୍ଗେ ସଙ୍ଗେ ରାଜ୍ୟର ବିକାଶରେ ମଧ୍ୟ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି। ବୈଠକରେ କୋଇଲା ମନ୍ତ୍ରଣାଳୟ, ଅର୍ଥ ମନ୍ତ୍ରଣାଳୟ, ବୈଦେଶିକ ମନ୍ତ୍ରଣାଳୟ, ପେଟ୍ରୋଲିୟମ୍‌ ମନ୍ତ୍ରଣାଳୟ, ସାର ବିଭାଗ ଓ ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe