୧୮ ଜିଲ୍ଲାରେ ଦୁଇ ଅଙ୍କ ତଳେ ସଂକ୍ରମଣ

ଦେଶରେ ୨୩୨ ଦିନରେ ସବୁଠୁ କମ୍‌ ସକ୍ରିୟ ମାମଲା

EURACTIV.com

ଭୁବନେଶ୍ବର : ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୫ଶହ ଉପରେ ସ୍ଥିର ରହିଛି। ଗତ ୨୪ଘଣ୍ଟାରେ ରାଜ୍ୟରେ ୬୦୨ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିରୁ ସିଂହଭାଗ ରୋଗୀ ଖୋର୍ଧା ଓ କଟକ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ତେବେ ରାଜ୍ୟର ୧୮ଟି ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦୁଇ ଅଙ୍କ ତଳେ ଦେଖିବାକୁ ମିଳିଛି।

ଗତ ୨୪ ଘଣ୍ଟାରେ ଖୋର୍ଧା ଜିଲ୍ଲାରୁ ୨୬୬ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହାବାଦ୍ କଟକ ୭୪, ଜଗତସିଂହପୁର ୩୪, ବାଲେଶ୍ବର ୨୪, ସମ୍ବଲପୁର ୨୩, ଯାଜପୁର ୧୬, ମୟୂରଭଞ୍ଜ ୧୯, ପୁରୀ ୧୩ ଓ ଷ୍ଟେଟ୍‌ ପୁଲରୁ ୬୩ ଆକ୍ରା‌ନ୍ତଙ୍କୁ ଚିହ୍ନଟ କରାଯାଇଛି। ଫଳରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୦ଲକ୍ଷ ୨୩ହଜାର ୭୩୫କୁ ବୃଦ୍ଧି ପାଇଛି। ରାଜ୍ୟରେ ଆଉ ୭ଜଣ କରୋନାରେ ପ୍ରାଣ ହରାଇଥିବା ନେଇ ସରକାରୀ ଘୋଷଣା କରାଯାଇଛି। ମୃତକଙ୍କ ମଧ୍ୟରେ ଅନୁଗୁଳ, ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର ଓ ଖୋର୍ଧାରୁ ୨ଜଣ ପ୍ରାଣ ହରାଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୧୭୦କୁ ବୃଦ୍ଧି ପାଇଛି।

ରାଜ୍ୟରେ ଶନିବାର ୬୦୧ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ସରକାରୀ ସୂଚନା ଦିଆଯାଇଛି। ଫଳରେ ସମୁଦାୟ ସୁସ୍ଥ ରୋଗୀଙ୍କ ସଂଖ୍ୟା ୧୦ଲକ୍ଷ ୧୦ହଜାର ୧୮୩ରେ ପହଞ୍ଚିଛି। ଅନ୍ୟପକ୍ଷରେ ଚିକିତ୍ସାଧୀନ ରୋଗୀଙ୍କ ସଂଖ୍ୟା ୫୩୨୯କୁ ଖସି ଆସିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe