ବାଲୁକା କଳାରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟର ଶୁଭାରମ୍ଭ

ବାଲୁକା କଳାରେ ଭୋଟର ତାଲିକା ସଂଶୋଧନ କାର୍ଯ୍ୟର ଶୁଭାରମ୍ଭ

ପୁରୀ: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ପୁରୀ ଗସ୍ତରେ ଆସି ୨୦୨୪ ବର୍ଷ ପାଇଁ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ପୁରୀ ନୀଳାଦ୍ରି ବିଚ୍‌ଠାରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ବାରା ପ୍ରସ୍ତୁତ ବାଲୁକା କଳା ଜରିଆରେ ଶ୍ରୀ ଧଳ ଏହାର ଶୁଭାରମ୍ଭ କରିଛନ୍ତି।

ସୂଚନାଯୋଗ୍ୟ, ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଅକ୍ଟୋବର ୨୭ରୁ ଆରମ୍ଭ ହୋଇ ୨୦୧୪ ଡିସେମ୍ବର ୯ ତାରିଖରେ ଶେଷ ହେବ। ଆଜିର ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ସମର୍ଥ ବର୍ମା, ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରଦୀପ କୁମାର ସାହୁ, ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) କୈଳାସ ଚନ୍ଦ୍ର ନାୟକ, ଅତିରିକ୍ତ ଜିଲ୍ଲାପାଳ(ପ୍ରୋଟୋକଲ) ଶରତ ଚନ୍ଦ୍ର ମହାପାତ୍ର, ଉପଜିଲ୍ଲାପାଳ ଭବତାରଣ ସାହୁ, ଅତିରିକ୍ତ ସିଇଓ ଶତ୍ରୁଘ୍ନ କର ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧଳ ଗଣମାଧ୍ୟମକୁ କହିଥିଲେ, ପ୍ରତ୍ୟେକ ଭୋଟର ସେମାନଙ୍କ ମୂଲ୍ୟବାନ ମତାଧିକାରକୁ ସାବ୍ୟସ୍ତ କରିବାକୁ ନିଜ ନାମ ଭୋଟର ତାଲିକାରେ ସାମିଲ କରିବା ଜରୁରୀ। ଯଦି ଜଣେ ୧୮ ବର୍ଷ ବୟସ ପୂରଣ କରିଛନ୍ତି, ସେମାନେ ଭୋଟର ଭାବେ ନାମ ପଞ୍ଜୀକରଣ କରିବା ଉଚିତ। ଭୋଟର ହେଲ୍‌ପ ଲାଇନ ଆପ ମାଧ୍ୟମରେ ମଧ୍ୟ ସେମାନେ ପଞ୍ଜୀକରଣ କରି ପାରିବେ ବୋଲି ଶ୍ରୀ ଧଳ କହିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe