ସତ୍ୟବାଦୀରେ ୫ଟି ସଚିବଙ୍କୁ କାଳିମାଡ଼

ସତ୍ୟବାଦୀରେ ୫ଟି ସଚିବଙ୍କୁ କାଳିମାଡ଼

ସାକ୍ଷୀଗୋପାଳ: ପୁରୀ ଜିଲ୍ଲା ସତ୍ୟବାଦୀରେ ୫ଟି ସଚିବ ଭି କାର୍ତ୍ତିକେୟନ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଥିବାର ଖବର ମିଳିଛି। କେବଳ ୫ଟି ସଚିବ ନୁହେଁ, ପୁରୀ ଜିଲ୍ଲାପାଳ ସମର୍ଥ ବର୍ମାଙ୍କ ଉପରେ ମଧ୍ୟ କାଳିମାଡ଼ ହୋଇଛି।

ସତ୍ୟବାଦୀ ୟୁଜିଏସ କଲେଜ ପରିସରରେ ୫ଟି ସଚିବ ଭି କେ ପାଣ୍ଡିଆନଙ୍କୁ କାଳିମାଡ଼ ହୋଇଛି। ୟୁଜିଏସ କଲେଜ କାର୍ଯ୍ୟକ୍ରମକୁ ଯାଉଥିବା ବେଳେ ସଚିବଙ୍କ ଉପରେ କାଳିମାଡ଼ ହୋଇଛି। କାଳିମାଡ଼ କରିଥିବା ବ୍ୟକ୍ତିଙ୍କୁ ପୁଲିସ ଉଠାଇ ନେଇଛି। କାଳିମାଡ଼ କରିଥିବା ବ୍ୟକ୍ତି କଣାସ ଅଞ୍ଚଳର ଭାସ୍କର ସାହୁ ବୋଲି ଜଣାଯାଇଛି।

ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫ଟି ସଚିବ ଭି.କେ.ପାଣ୍ଡିଆନ ୨ ଦିନିଆ ପୁରୀ ଗସ୍ତରେ ଯାଇଥିଲେ। କିନ୍ତୁ ସତ୍ୟବାଦୀରେ ତାଙ୍କ ଉପରକୁ କାଳିମାଡ଼ ହୋଇଥିଲା। ଏହା ପୂର୍ବରୁ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ଶ୍ରୀ ପାଣ୍ଡିଆନ୍‌ଙ୍କ ଗସ୍ତକୁ ନେଇ ବିରୋଧ ପ୍ରଦର୍ଶନ କରାଯାଇଛି। କଳାପତାକା ଦେଖାଯିବା ସହିତ ଅଣ୍ଡାମାଡ଼ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe