ରାଜ୍ୟ ବିବାଦର ସମାଧାନ ପାଇଁ ଗଠନ ହେବ ଆନ୍ତଃ ମନ୍ତ୍ରୀ ସ୍ତରୀୟ କମିଟି

Advertisment

ଓଡ଼ିଶା ସରକାର ବିଭିନ୍ନ ରାଜ୍ୟ ସହିତ ରାଜ୍ୟର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରିବେ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

Updated On

ଅଦ୍ୟତନ ହୋଇଛି
GcRuCBhXwAAfeJt

ଭୁବନେଶ୍ୱର: ବିଭିନ୍ନ ରାଜ୍ୟ ସହିତ ଓଡ଼ିଶାର ଥିବା ବିବାଦ ଗୁଡ଼ିକର ସମାଧାନ ପାଇଁ ଏକ ମନ୍ତ୍ରୀ ସ୍ତରୀୟ କମିଟି ଗଠନ କରାଯିବ। ଆଜି ଲୋକ ସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚ ସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ବୈଠକରେ  ବିଭିନ୍ନ ଆନ୍ତଃ ରାଜ୍ୟ ବିବାଦ ସଂପର୍କରେ ବିଷଦ ଆଲୋଚନା କରାଯାଇଥିଲା। ପୋଲାଭରମ, ବଂଶଧାରା, ମହାନଦୀ, କୋଟିଆ ଆଦି ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା।

ଆଲୋଚନାରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳ, ଉନ୍ନୟନ କମିସନର ଅନୁ ଗର୍ଗ, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓ ରଞ୍ଜନ କୁମାର ସିଂହ, ଆଇନ ବିଭାଗ ପ୍ରମୁଖ ସଚିବ ମାନସ ରଞ୍ଜନ ବାରିକ ପ୍ରମୁଖ ଉପସ୍ଥିତ ଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe