ଜାଗିମଙ୍ଗତ, ବୈଜୟନ୍ତଙ୍କୁ ଅନ୍ତରୀଣ ସୁରକ୍ଷା, ନଭେମ୍ବର ୧୨ ପର୍ଯ୍ୟନ୍ତ ଗିରଫଦାରୀ ଉପରେ ଅଙ୍କୁଶ

Advertisment
ସ୍କୁଲ ଛାତ୍ରଛାତ୍ରୀଙ୍କ ମୃତ୍ୟୁ କ୍ଷେତ୍ରରେ କ୍ଷତିପୂରଣ ପ୍ରସଂଗ : ସରକାରଙ୍କ ସତ୍ୟପାଠ ଉପରେ ଜବାବ ରଖିବାକୁ ନିର୍ଦ୍ଦେଶ

Image Source: Zee News

କଟକ : କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଶାଖା (ଇଓଡବ୍ଳୁ) ଥାନା ମାମଲାରେ ଜାଗିମଙ୍ଗତ ପଣ୍ଡା ଓ ବୈଜୟନ୍ତ ପଣ୍ଡାଙ୍କ ଗିରଫଦାରୀ ଉପରେ ହାଇକୋର୍ଟ ଅନ୍ତରୀଣ ଅଙ୍କୁଶ ଲଗାଇଛନ୍ତି। ନଭେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ଉଭୟଙ୍କୁ ଗିରଫ କରାଯାଇ ପାରିବ ନାହିଁ ବୋଲି ହାଇକୋର୍ଟ ଅନ୍ତରୀଣ ନି‌ର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ଆବେଦନକାରୀଙ୍କ ପକ୍ଷରୁ ଦର୍ଶାଯାଇଥିଲା ଯେ ଜାଗିମଙ୍ଗତ ପଣ୍ଡା ଓ ବୈଜୟନ୍ତ ପଣ୍ଡା ଓଡ଼ିଶା ଇନଫ୍ରାଟେକ୍ ପ୍ରାଇଭେଟ୍‌ ଲିମଟେଡ୍‌ର ପ୍ରମୋଟର ହୋଇଥିବାରୁ ଇଓଡବ୍ଲୁ ମାମଲାରେ ସେମାନଙ୍କ ଗିରଫଦାରୀର ଆଶଙ୍କା ରହିଛି। ଏପରି ଯୁକ୍ତିକୁ ଖଣ୍ଡପୀଠ ଗ୍ରହଣ କରି ଉଭୟଙ୍କୁ ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଛନ୍ତି। ଏଥିସହିତ ଏହି ମାମଲାରେ ଖଣ୍ଡପୀଠ ରାଜ୍ୟ ସରକାରଙ୍କୁ ପକ୍ଷ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୧୨କୁ ଧାର୍ଯ୍ୟ କରାଯାଇଛି।

ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ଇଓଡବ୍ଲୁ ମାମଲାକୁ ଚାଲେଞ୍ଜ କରି ଓଡ଼ିଶା ଇନଫ୍ରାଟେକ୍ ପ୍ରାଇଭେଟ୍‌ ଲିମଟେଡ୍‌ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲା। ଏହି ମାମଲାରେ ପ୍ରଥମରୁ ଜାଗିମଙ୍ଗତ ପଣ୍ଡା ଓ ବୈଜୟନ୍ତ ପଣ୍ଡା ଆବେଦନକାରୀ ନଥିଲେ। ଉଭୟ ସଂସ୍ଥାର ପ୍ରମୋଟର ହୋଇଥିବାରୁ ଏହି ମାମଲାରେ ଆବେଦନକାରୀ ହେବା ପାଇଁ ଅନୁମତି ଦିଆଯାଉ ବୋଲି ମାମଲାର ଶୁଣାଣି ସମୟରେ ଦର୍ଶାଇଥିଲେ। ଏଥିପାଇଁ ଉପଯୁକ୍ତ ପିଟିସନ୍ ଦାଖଲ ପାଇଁ ଅଦାଲତ ଅନୁମତି ଦେଇଥିଲେ। ମାମଲାରେ ରାଜ୍ୟ ସରକାର, ଇଓଡବ୍ଲୁ ଓ ରବୀନ୍ଦ୍ର ସେଠୀଙ୍କୁ ପକ୍ଷଭୁକ୍ତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe