ବାରିପଦା : ରାଷ୍ଟ୍ରୀୟ ମଜଦୁର କଂଗ୍ରେସ (ଆଇଏନ୍ଟିୟୁସି) ମୟୂରଭଞ୍ଜ ଜିଲ୍ଲା ଶାଖା ପକ୍ଷରୁ ମଙ୍ଗଳବାର ଦିନ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଥିଲା। ବର୍ତ୍ତମାନ ସମୟରେ ରାଜ୍ୟରେ ବିଦ୍ୟୁତ ଶୁଳ୍କ ବୃଦ୍ଧି, କେନ୍ଦ୍ର ସରକାରଙ୍କ ସରକାରୀ ଉଦ୍ୟୋଗଗୁଡ଼ିକର ଘରୋଇକରଣ ଉଦ୍ୟମ, ଶ୍ରମିକ, କର୍ମଚାରୀ ଓ କୃଷକ ବିରୋଧୀ ନୀତି ବିରୋଧରେ ଚଳିତ ମାସରେ ସମଗ୍ର ରାଜ୍ୟରେ ସମସ୍ତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି । ଏହି ପରିପ୍ରେକ୍ଷୀରେ ମୟୂରଭଞ୍ଜ ଜିଲ୍ଲାରେ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦିଆଯାଇଛି ।
ଏହି ଅବସରରେ ଜିଲ୍ଲା କଂଗ୍ରେସ ସଭାପତି ହେମନ୍ତ ଦାସ, ଆଇଏନଟିୟୁସି ଜିଲ୍ଲା ଶାଖା ସଭାପତି ଭୁବନ ବିହାରୀ ସାହୁ, ଜବାମଣି ଟୁଡୁ, ଭୋଳେଶ୍ବର ବେହେରା, ଛୋଟରାଏ ନାଏକ, ଅରବିନ୍ଦ ଦାସ, ଶାନ୍ତନୁ ପାଲ, ନିର୍ମଳ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ୟେଶ୍ୟରେ ଏକ ଦାବିପତ୍ର ଜିଲ୍ଲାପାଳଙ୍କ ଜରିଆରେ ପ୍ରଦାନ କରାଯାଇଥିଲା।
Follow Us