ଆଇଏଏସ୍‌ ବିଜୟ କେତନଙ୍କୁ ଜାମିନ

ଆଇଏଏସ୍‌ ବିଜୟ କେତନ ଉପାଧ୍ୟାୟଙ୍କ ଉପରୁ ନିଲମ୍ବନ ଆଦେଶ ପ୍ରତ୍ୟାହାର

କଟକ : ବିଲ୍ ପାସ୍ କରିବା ପାଇଁ ଏକ ଲକ୍ଷ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଥିବା ଆଇଏଏସ୍ ବିଜୟ କେତନ ଉପାଧ୍ୟାୟଙ୍କୁ ହାଇକୋର୍ଟରୁ ଜାମିନ ମିଳିଛି। ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ଉପାଧ୍ୟା‌ୟଙ୍କ ନିୟମିତ ଜାମିନ ଆବେଦନର ଶୁଣାଣି କରି ତାଙ୍କୁ ଜାମିନରେ ଛାଡିବା ପାଇଁ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନିମ୍ନ ଅଦାଲତ ଆବଶ୍ୟକ ସର୍ତ୍ତ ରଖି ଆବେଦନକାରୀଙ୍କୁ ଜାମିନରେ ଛାଡିବେ ବୋଲି ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜାନୁଆରି ୧୩ରେ ଉପାଧ୍ୟାୟଙ୍କ ଜାମିନ ଖାରଜ କରିବା ପରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ଗତ ୩୧ ତାରିଖରେ ୨୦୦୯ ବ୍ୟାଚ୍ ଆଇଏଏସ୍ ଅଧିକାରୀ ତଥା ଉଦ୍ୟାନ କୃଷି ବିଭାଗର ନିର୍ଦ୍ଦେଶକ ବିଜୟ କେତନ ଉପାଧ୍ୟାୟଙ୍କୁ ୧ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ଅଭିଯୋଗରେ ଭିଜିଲାନ୍ସ ଗିରଫ କରିଥିଲା। ବିଲ୍ ପାସ କରାଇ ଦେବା ପାଇଁ ଘରୋଇ ବ୍ୟାଙ୍କ ରିଲେସନସିପ ଅଧିକାରୀ ସନ୍ତୋଷ କୁମାର ପଟ୍ଟନାୟକଙ୍କ ମାଧ୍ୟମରେ ଏସଆର୍‌ଏମ୍ ପ୍ଲାଷ୍ଟୋକେମ୍ ପ୍ରାଇଭେଟ୍ ଲିମିଟେଡ୍‌ର ଅଧିକୃତ ପ୍ରତିନିଧିଙ୍କ ଠାରୁ ସେ ଲାଞ୍ଚ ନେଉଥିବା ଅଭିଯୋଗ ରହିଥିଲା। ଡିସେମ୍ବର ୩୦ରେ ଲାଞ୍ଚ ଟଙ୍କା ଶ୍ରୀ ପଟ୍ଟନା‌ୟକଙ୍କ ନିକଟରୁ ଭିଜିଲାନ୍ସ ଜବତ କରିବା ସହିତ ତାଙ୍କୁ ଗିରଫ କରିଥିବା ଦର୍ଶାଇଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଦେବାଶିଷ ପଣ୍ଡା ମାମଲା ପରିଚାଳନା କରୁଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe