ଭୁବନେଶ୍ବର: ଅଗ୍ନିଶମ ଏବଂ ହୋମଗାର୍ଡ ଡିଆଇଜି ରାଜେଶ ପଣ୍ଡିତ ସସପେଣ୍ଡ। କ୍ୟାପିଟାଲ ଥାନା ଅଞ୍ଚଳରେ ଘଟିଥିବା ଘଟଣା ପାଇଁ ସସ୍ପେଣ୍ଡ ହୋଇଛନ୍ତି ସେ। ଭାରତୀୟ ପୁଲିସ ସେବା ଆଇନ ଉଲ୍ଲଙ୍ଘନ ଅଭିଯୋଗରେ ତାଙ୍କୁ ନିଲମ୍ବିତ କରାଯାଇଥିବା ନେଇ ରାଜ୍ୟ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି।
କ୍ୟାପିଟାଲ ଥାନା ଅଞ୍ଚଳରେ ମହିଳା ଇନ୍ସପେକ୍ଟର ଓ ତାଙ୍କ ସ୍ୱାମୀଙ୍କୁ ଅସଦାଚରଣ ଅଭିଯୋଗରେ ଆଇପିଏସ୍ ଅଫିସର ରାଜେଶ ପଣ୍ଡିତ ନିଲମ୍ବିତ ହୋଇଥିବା ଜଣାଯାଇଛି। ନିଲମ୍ବନ ପାଇଁ ରାଜ୍ୟ ଗୃହ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ରଘୁବର ଦାସ। ନିଲମ୍ବନ ନିର୍ଦ୍ଦେଶକୁ ତୁରନ୍ତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହ ଆଇପିଏସ୍ ରାଜେଶ ପଣ୍ଡିତ୍ ଡିଜିଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ଛାଡ଼ି ପାରିବେନି ବୋଲି ମଧ୍ୟ କଡ଼ା ନିର୍ଦ୍ଦେଶ ରହିଛି ।