ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଯୋଜନା କାର୍ଯ୍ୟକାରିତା ପ୍ରସଂଗ: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ ନିର୍ଦ୍ଦେଶ

କଟକ : ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଯୋଜନା କାର୍ଯ୍ୟକାରୀ ପ୍ରସଂଗରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରୁ ହାଇକୋର୍ଟ ଜବାବ ତଲବ କରିଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ମୁରାହରି ଶ୍ରୀ ରମଣଙ୍କୁ ନେଇ ଗଠିତ ଖଣ୍ଡପୀଠରେ ଏ ସଂପର୍କିତ ମାମଲାର ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା ଯେ ୨୦୧୯ରେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରବାସୀ ଶ୍ରମିକଙ୍କ କଲ୍ୟାଣ ଓ ନିରାପତ୍ତା ପାଇଁ ରହିଥିବା ଆକ୍ସନ ପ୍ଲାନ ସମ୍ପର୍କରେ ଏକ ସତ୍ୟପାଠ ହୋଇଥିଲା। ଇତିମଧ୍ୟରେ ୩ବର୍ଷ ବିତିଯାଇଛି। ଏବେ ଏହି ଯୋଜନା କେତେଦୂର କାର୍ଯ୍ୟକାରୀ ହେଉଛି ଓ ବର୍ଷୱାରୀ କେତେ ଅଭିଯୋଗ ସମାଧାନ ହୋଇଛି ସେ ନେଇ ସବିଶେଷ ତଥ୍ୟ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଏଥି ସହିତ କେନ୍ଦ୍ର ସରକାର ମଧ୍ୟ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା, ପ୍ରଧାନମନ୍ତ୍ରୀ ଜୀବନଜ୍ୟୋତି ବୀମା ଯୋଜନା ଓ ପ୍ରଧାନମନ୍ତ୍ରୀ ସ୍ବାସ୍ଥ୍ୟ ବୀମା ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ପରବର୍ତ୍ତୀ ଶୁଣାଣି ପୂର୍ବରୁ ସତ୍ୟପାଠ ଦାଖଲ କରିବେ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଏ ସଂପର୍କିତ ମାମଲାର ୨୦୨୩, ମାର୍ଚ୍ଚ ୬କୁ ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ କରାଯାଇଛି।

ସମ୍ବନ୍ଧିତ ଖବର