ଖାଦ୍ୟ ସୁରକ୍ଷାରେ ସାମିଲ ହିତାଧିକାରୀଙ୍କ ପ୍ରସଙ୍ଗରେ ଜବାବ ତଲବ

Advertisment

ଡାଲି, ତେଲ ଓ ଅନ୍ୟାନ୍ୟ ପୁଷ୍ଟିକର ଖାଦ୍ୟ ପ୍ରଦାନ ପ୍ରସଙ୍ଗରେ ସରକାର ରଖିବେ ପକ୍ଷ

ଡାଲି, ତେଲ ଓ ଅନ୍ୟାନ୍ୟ ପୁଷ୍ଟିକର ଖାଦ୍ୟ ପ୍ରଦାନ ପ୍ରସଙ୍ଗରେ ସରକାର ରଖିବେ ପକ୍ଷ

ଏନ୍‌ଏଫ୍‌ଏସ୍‌ଏରେ ୩.୭୬ କୋଟି ହିତାଧିକାରୀ ସାମିଲ

Mint

କଟକ : ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ କେତେ ସଂଖ୍ୟକ ହିତାଧିକାରୀଙ୍କୁ ସାମିଲ କରାଯାଇଛି ସେ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କ ନିକଟରୁ ଜବାବ ତଲବ କରିଛନ୍ତି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ସାନି ସ୍ଥିତି କ’ଣ ରହିଛି ସେ ନେଇ ପରବର୍ତ୍ତୀ ଶୁଣାଣି ସମୟରେ ଅବଗତ କରିବାକୁ ହାଇକୋର୍ଟ କହିଛନ୍ତି। ଏଥି ସହିତ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଡାଲି, ତେଲ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ପ୍ରଦାନ ପ୍ରସଂଗକୁ ନେଇ ଦାୟର ଅନ୍ତରୀଣ ଆବେଦନ ଉପରେ ଜବାବ ଦାଖଲ ପାଇଁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ବିଚାରପତି ଡକ୍ଟର ଜଷ୍ଟିସ୍‌ ଏସ୍‌. ମୁରଲୀଧର ଓ ଜଷ୍ଟିସ ବି.ପି. ରାଉତରାୟଙ୍କୁ ନେଇ ଗଠିତ ଖଣ୍ଡପୀଠ ପ୍ରଫୁଲ୍ଲ ସାମନ୍ତରାଙ୍କ ପକ୍ଷରୁ ଦାୟର ଆବେଦନର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୫କୁ ଧାର୍ଯ୍ୟ କରାଯାଇଛି।

କରୋନା ଭୂତାଣୁ ସଂକ୍ରମଣକୁ ନେଇ ଦେଖା ଦେଇଥିବା ସ୍ଥିତିରେ ରାସନକାର୍ଡ ନଥିବା ଗରିବ ପରିବାରଗୁଡ଼ିକୁ ମାଗଣା ଖାଦ୍ୟଶସ୍ୟ ସହିତ ଶିଶୁ ଓ ଗର୍ଭବତୀ ମହିଳାଙ୍କୁ ପୁଷ୍ଟିକର ଖାଦ୍ୟ ପ୍ରଦାନ ପ୍ରସଂଗକୁ ନେଇ ବିଚାରାଧୀନ ଜନସ୍ବାର୍ଥ ମାମଲାରେ ଏକ ଅନ୍ତରୀଣ ଆବେଦନ ଆବେଦନକାରୀଙ୍କ ପକ୍ଷରୁ ଦାଖଲ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ଈଶ୍ବର ମହାନ୍ତି ମାମଲା ପରିଚାଳନା କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe