ଭୁବନେଶ୍ବର: ଗାଙ୍ଗେୟ ପଶ୍ଚିମବଙ୍ଗ ଓ ସଂଲଗ୍ନ ଅଞ୍ଚଳ ଉପରେ ରହିଥିବା ଲଘୁଚାପ କ୍ଷେତ୍ର ଆଜି ବି ସେହି ଅଞ୍ଚଳରେ ରହିଛି। ଆସନ୍ତାକାଲି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଏଥିସହ ୨୫ ତାରିଖ ଆଡ଼କୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବ। ଫଳରେ ୨୫ ତାରିଖରୁ ରାଜ୍ୟରେ ପୁଣି ବର୍ଷା ଆରମ୍ଭ ହୋଇଯିବ। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଓଡ଼ିଶା ଉପକୂଳ ବଙ୍ଗୋପସାଗର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ଆସନ୍ତାକାଲି ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/04/13/GXF6pQ0Hs8zYesJhygL1.jpg)