ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥି ସହ ପରବର୍ତ୍ତୀ ୪୮ ଘଣ୍ଟାରେ ଏହା ଅଧିକ ସ୍ପଷ୍ଟ ହେବ। ଫଳରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବ। ରାଜ୍ୟର ଅନେକାଂଶରେ ପ୍ରବଳ ବ‌ର୍ଷାର ଆଶଙ୍କା ରହିଥିବା ବେଳେ କିଛି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ଝଡ଼ବର୍ଷା ବି ହୋଇପାରେ।

Advertisment

ଆସନ୍ତାକାଲି ଠାରୁ ୧୫ ତାରିଖ ଯାଏଁ ମାଲକାନଗିରି ଓ କୋରାପୁଟରେ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିବା ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଏଣୁ ଏହି ଦୁଇ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥି ସହ ଗଜପତି, ରାୟଗଡ଼ା, କଳାହାଣ୍ଡିନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଅବଶିଷ୍ଟ ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ପରବର୍ତ୍ତୀ ୨ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ହେବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତରପଶ୍ଚିମ ବଙ୍ଗୋପସାଗର ସଂଲଗ୍ନ ଓଡ଼ିଶା ଉପକୂଳସ୍ଥ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ରହିଥିବାରୁ ଆସନ୍ତା ୪ ଦିନ ଅର୍ଥାତ ୧୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ମଧ୍ୟକୁ ପ୍ରବେଶ ପାଇଁ ମତ୍ସଜୀବୀଙ୍କୁ ବାରଣ କରାଯାଇଛି।