୧୪ରୁ ପୁଣି ଥଣ୍ଡା ଫେରିବ

ଭୁବନେଶ୍ୱର: ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଓଡ଼ିଶାର ସର୍ବନିମ୍ନ ତାପମାତ୍ରାରେ ସେଭଳି କୌଣସି ପରିବର୍ତନ ଆସିବ ନାହିଁ। ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ନୂଆପଡ଼ା ଆଦି ଜିଲ୍ଲାରେ ଘଡ଼ଘଡ଼ି ସହ ହାଲୁକା ବର୍ଷା ହୋଇପାରେ। ତେବେ ୧୪ ତାରିଖଠାରୁ ପାଗରେ ପରିବର୍ତନ ଆସିବ। ଅଧିକାଂଶ ସହରର ରାତିର ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବା ସହ ଥଣ୍ଡା ଅନୁଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଆହୁରି କୁହାଯାଇଛି ଯେ ଦକ୍ଷିଣ ପଶ୍ଚିମ ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ସଂଲଗ୍ନ ଅଞ୍ଚଳରେ ଏକ ଟ୍ରପ୍‌ ଲାଇନ୍ ସୃଷ୍ଟି ହୋଇଛି। ପ୍ରଭାବରେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇବ। ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନଗିରିରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୩୩ ଡିଗ୍ରି ଓ ସୋନପୁରରେ ସର୍ବନିମ୍ନ ତାପମାତ୍ରା ୧୪ ଡିଗ୍ରି ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର