୪ ଦିନ ଯାଏଁ ପୁଣି ବର୍ଷିବ

Advertisment
୪ ଦିନ ଯାଏଁ ପୁଣି ବର୍ଷିବ

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ବର୍ଷା ଲାଗି ରହିଛି । କିଛି ସ୍ଥାନରେ ଅତ୍ୟଧିକ ବର୍ଷା ଯୋଗୁ ସ୍ଥିତି ଖରାପ ହୋଇଯାଇଛି । ଗୁରୁବାର ମଧ୍ୟ ଦକ୍ଷିଣାଞ୍ଚଳ ଜିଲ୍ଲା ଗୁଡିକରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚିଳିକ ପାଣିପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଜ୍ଞାନୀଙ୍କ ସୂଚନା ଅନୁଯାୟୀ ମାଲକାନଗିରି, କୋରାପୁଟ୍, ନବରଙ୍ଗପୁର, ନୂଆପଡା ଓ ଅନୁଗୁଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଅନ୍ୟପଟେ କଟକ, ଜଗତସିଂହପୁର ଓ କେନ୍ଦ୍ରାପଡାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଓଡି଼ଶାର ବିଭିନ୍ନ ଅଞ୍ଚଳରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ସମ୍ଭାବନା ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ଉପକୂଳ ଓଡି଼ଶା ସହ ଦକ୍ଷିଣ ଓଡି଼ଶାରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ସତର୍କତା ଜାରି କରିଛି। ଏଥିସହ ୩୦ ଓ ୩୧ ତାରିଖ ବେଳକୁ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ଯାହା ଫଳରେ ଉତ୍ତର ଓ ମଧ୍ୟ ଓଡି଼ଶା ସମେତ ଅନେକ ସ୍ଥାନରେ ଭଲ ବର୍ଷା ହେବ। ଅନ୍ୟପଟେ ଏଭଳି ବର୍ଷା ହେବ ଦ୍ୱାରା ରୁଆ ଓ ବେଉଷଣ କାମ ଭଲ ହେବ ଯାହା ଚାଷୀ ମାନଙ୍କୁ ସହାୟକ ହେବ ।

ସେହିପରି ବରଗଡ଼, ବଲାଙ୍ଗୀର, ସୋନପୁର, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହିସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ୟ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆସନ୍ତାକାଲି ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ସେହିପରି ଆସନ୍ତାକାଲି ନୂଆପଡ଼ା, ବଲାଙ୍ଗୀର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ ଓ ଜଗତସିଂହପୁର ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଶନିବାର ଓ ରବିବାର ମଧ୍ୟର କିଛି ଜିଲ୍ଲାରେ ବର୍ଷା ନେଇ ଆକଳନ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe