୫ରୁ ପୁଣି ବର୍ଷିବ, ୬ରୁ ବଢ଼ିବ

Advertisment
କୋରାପୁଟ ଜିଲ୍ଲାରେ ଲଘୁଚାପ, ପ୍ରବଳ ବର୍ଷା

NDTV.com

ଭୁବନେଶ୍ବର: ରାଜ୍ୟରେ ଏବେ ବି ‌ମୌସୁମୀ ବିରତି ସ୍ଥିତି ଜାରି ରହିଛି। ଏଥିସହ କିଛି ସ୍ଥାନରେ ପରିଚଳନଜନିତ ବର୍ଷା ବି ରେକର୍ଡ ହେଉଛି। ଆସନ୍ତାକାଲି ରାଜ୍ୟର ୧୩ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି। ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର ଓ କେନ୍ଦୁଝର ଆଦି ୧୩ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ୪ ତାରିଖ ଦିନ ରାଜ୍ୟର ପାଗ ଶୁଖିଲା ରହିବ। ୫ ତାରିଖ ଦିନ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ, ବାଲେଶ୍ବର, ପୁରୀ, ଜଗତସିଂହପୁର ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୬ ତାରିଖ ଦିନ ରାଜ୍ୟରେ ବର୍ଷାର ବିସ୍ତୃତି ଓ ପ୍ରଭାବ ବଢ଼ିବ। ପୁରୀ, ଗଞ୍ଜାମ, ଖୋର୍ଧା, କନ୍ଧମାଳ ଓ କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ରାଜ୍ୟର ବାକି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୧ ଜୁନ୍‌ରୁ ୨ ଅଗଷ୍ଟ ଯାଏ ରାଜ୍ୟରେ ସର୍ବମୋଟ ୫୧୬.୩ମିମି ବର୍ଷା ହୋଇଯାଇଛି। ଏହି ସମୟ ଅବଧି ମଧ୍ୟରେ ରାଜ୍ୟରେ ସ୍ବାଭାବିକ ଭାବେ ୫୭୨.୬ମିମି ବର୍ଷା ହୋଇଥାଏ। ଅର୍ଥାତ ଏବେ ରାଜ୍ୟରେ ମୋଟ୍ ୧୦% ନିଅଣ୍ଟ ବର୍ଷା ରେକର୍ଡ ହୋଇଥିଲେ ମଧ୍ୟ ଏହା ସ୍ବାଭାବିକ ପରିସରଭୁକ୍ତ। ରାଜ୍ୟର ୨ଟି ଜିଲ୍ଲା ବୌଦ୍ଧ ଓ କନ୍ଧମାଳ ଜିଲ୍ଲାରେ ସ୍ବାଭାବିକଠାରୁ ୨୦%ରୁ ଅଧିକ ବର୍ଷା ହୋଇଯାଇଛି। ସୁନ୍ଦରଗଡ଼ ଜିଲ୍ଲାରେ ୪୧% ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ସମ୍ବଲପୁରରେ ୩୦% ଅଭାବୀ ବର୍ଷା ହୋଇଛି। ଏଥିସହ ଭଦ୍ରକ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡ଼ା ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ୨୦% ନିଅଣ୍ଟିଆ ବର୍ଷା ହୋଇଯାଇଛି। ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମୌସୁମୀ ବର୍ଷା ସ୍ବାଭାବିକ ରହିଥିବା ପାଣିପାଗ କେନ୍ଦ୍ର କହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe