ଆଉ ୫ଦିନ ବର୍ଷିବ, ପୁରୀ ପାଇଁ ୟେଲୋ ୱାର୍ଣ୍ଣିଂ

ମାଲକାନଗିରିରେ ୧୪୦ ମିମି ବର୍ଷା, ୧୭ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ବର-କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା

Nagaland Post

ଭୁବନେଶ୍ବର: ବଙ୍ଗୋପସାଗରର ଝାଡ଼ଖଣ୍ଡ ଓ ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳକୁ ଲାଗି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଯାହା ସମୁଦ୍ର ପତ୍ତନର ୫.୮କିମି ଉପରେ ରହିଛି। ଏହା ଦକ୍ଷିଣପଶ୍ଚିମ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ବର୍ଷା ଜାରି ରହିଛି। କେବଳ ୧୭ ତାରିଖ ସକାଳ ସୁଦ୍ଧା ହାଲୁକା ବର୍ଷା ରହିଥିବା ବେଳେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ରହିଛି। ପାଞ୍ଚ ଦିନ ପାଇଁ ୧୭ ଜିଲ୍ଲାକୁ ‌ସତର୍କ ସୂଚନା ଜାରି କରାଯାଇଛି। ଏଥିରେ ପୁରୀ ଜିଲ୍ଲା ମଧ୍ୟ ରହିଛି। ଆସନ୍ତାକାଲି ବାହୁଡ଼ା ଯାତ୍ରାରେ ମଧ୍ୟ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ଆଗାମୀ ୨୪ ଘଣ୍ଟା ଭିତରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ଆକଳନ କରାଯାଇଛି। ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଖୋର୍ଦ୍ଧା, ଅନୁଗୁଳ, ନୟାଗଡ଼, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ଏହାଛଡ଼ା ଝାରସୁଗୁଡ଼ା, ସମ୍ୱଲପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ ଓ କଟକ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାରୁ ଏହି ଜିଲ୍ଲା ସହ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

ଗତ ୨୪ ଘଣ୍ଟା ମଧ୍ୟରେ ମାଲକାନାଗିରିରେ ସର୍ବାଧିକ ୧୪୦ ମିମି ବର୍ଷା ରେକର୍ଡ କରାଯାଇଛି। ଏହା ଛଡ଼ା ହୀରାକୁଦରେ ୬୫.୬, ଭୁବନେଶ୍ବରରେ ୫୭, ନବରଙ୍ଗପୁରରେ ୪୨.୪, କୋରାପୁଟରେ ୩୮.୨, ବରଗଡ଼ରେ ୨୩ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଆଜି ସକାଳ ସାଢ଼େ୮ଟାରୁ ସନ୍ଧ୍ୟା ସୁଦ୍ଧା ନବରଙ୍ଗୁପରରେ ୨୩ ମିମି ସର୍ବାଧିକ ବର୍ଷା ହୋଇଥିବା ବେଳେ ଟିଟିଲାଗଡ଼ ଓ କୋରାପୁଟରେ ୧୮ ମିମି, ବଲାଙ୍ଗୀରରେ ୧୭.୫, ଜଗତସିଂହପୁରରେ ୧୬.୪, ଖୋର୍ଦ୍ଧାରେ୧୫ ମିମି ବର୍ଷା ‌ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିନର ସର୍ବୋଚ୍ଚ ତାପମାତ୍ରା ଚାନ୍ଦବାଲି ଓ ଜଗତସିଂହପୁରରେ ୩୫.୫ଡିଗ୍ରି ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ୨୨.୫ଡିଗ୍ରି ରେକର୍ଡ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe