ଭୁବନେଶ୍ବର: ଆସନ୍ତା‌ ସପ୍ତାହକ ପର୍ଯ୍ୟନ୍ତ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ୯ ତାରିଖରେ ଉପକୂଳ ଓଡ଼ିଶା ସମେତ ନୟାଗଡ଼, ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ଅଧିକ ହେବାର ସମ୍ଭାବନା ରହିଛି। ୧୦ ଓ ୧୧ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ବଲାଙ୍ଗୀର, ବୌଦ୍ଧ ଜିଲ୍ଲାର କେତେକ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଏବଂ ଗଜପତି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଉଷ୍ମ ଓ ଆର୍ଦ୍ର ଅବସ୍ଥା ରହିବ। ୧୨ରୁ ୧୪ ତାରିଖ ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଲାଗି ରହିବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୨ରୁ ୩ ଡିଗ୍ରି ବୃଦ୍ଧି ପାଇଛି। ଅନ୍ୟ ଜିଲ୍ଲାରେ କୌଣସି ବଡ଼ ପରିବର୍ତ୍ତନ ହୋଇ ନାହିଁ। ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସର୍ବାଧିକ ତାପମାତ୍ରା ସ୍ବାଭାବିକଠାରୁ ପ୍ରାୟ ୩ରୁ ୪ ଡିଗ୍ରି କମ୍‌ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ବାଭାବିକଠାରୁ ୨ରୁ ୩ ଡିଗ୍ରି କମ୍‌, ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ସ୍ବାଭାବିକ ଠାରୁ ପ୍ରାୟ ୨ ଡିଗ୍ରି ଅଧିକ ରହିଛି। ଆଜି ଦିନ ସମୟରେ  ସମ୍ବଲପୁରରେ ୩୯.୬ ଡିଗ୍ରି, ବଲାଙ୍ଗୀରରେ ୩୯.୨ ଡିଗ୍ରି,  ଭବାନୀପାଟଣା, ଟିଟିଲାଗଡ଼ ଓ ଖୋର୍ଦ୍ଧାରେ ୩୯ ଡିଗ୍ରି ରେକର୍ଡ ହୋଇଛି।