ଆଜି ଓ ଆସନ୍ତାକାଲି ରାତି ୧୧ଟା ଯାଏ ଦର୍ଶନାର୍ଥୀଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର

ପୁରୀ: ଆଜି ଓ ଆସନ୍ତାକାଲି ରାତି ୧୧ଟା ଯାଏ ଦର୍ଶନାର୍ଥୀଙ୍କ ପାଇଁ ଖୋଲା ରହିବ ଶ୍ରୀମନ୍ଦିର। ଭିଡ଼ର ଆଶଙ୍କା କରି  କାର୍ତ୍ତିକ ପୂର୍ଣ୍ଣିମାରେ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ନେଇ ନୂଆ ମାର୍ଗଦର୍ଶିକା ଜାରି ହୋଇଛି। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ସକାଳ ୭ଟାରୁ ରାତି ୧୧ଟା ଯାଏଁ ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥା ରହିବ। ପଞ୍ଚୁକ ଭିଡ଼କୁ ଦୃଷ୍ଟିରେ ରଖି ଦର୍ଶନ ସମୟରେ ପରିବର୍ତ୍ତନ କରାଯାଇଛି। ତେବେ ଶ୍ରୀମନ୍ଦିର ଭିତରେ ଦୁଇ ଦିନ ଧରି ରାତି ୧୧ଟା ଯାଏଁ ଠାକୁରଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ।

ସେହିପରି ଆସନ୍ତା ୧୯ ତାରିଖ କାର୍ତ୍ତିକ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ବନ୍ଦ ରହିବ ଦର୍ଶନ ବ୍ୟବସ୍ଥା। କରୋନା ଓ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ସାଧାରଣ ଦର୍ଶନାର୍ଥୀଙ୍କ ପାଇଁ କାର୍ତ୍ତିକ ପୂର୍ଣ୍ଣିମା ଦିନ ଦର୍ଶନ ବନ୍ଦ ରହିବ।

ସମ୍ବନ୍ଧିତ ଖବର