ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ

Advertisment
ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ଜଳେଶ୍ବର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ବର: ବାଲେଶ୍ବରରେ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାରେ ପୁଲିସ୍ ଡିଜି ଅଭୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ବାଲେଶ୍ବର ଜିଲ୍ଲାର ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କୁ ପୁଲିସ ଡିଜି ଅଭୟ ନିଲମ୍ବନ କରିଛନ୍ତି। ଏ ନେଇ ଟୁଇଟ୍‌ କରି ସୂଚନା ଦେଇଛନ୍ତି ଡିଜିପି ।

ଗତକାଲି ବାଲେଶ୍ବର ଏସ୍‌ପିଙ୍କୁ ପୁଲିସ-ଡ୍ରଗ୍ସ ବ୍ୟବସାୟୀ ଅଡିଓ ଭାଇରାଲ ମାମଲାର ତଦନ୍ତ ନିର୍ଦେଶ ଦେଇଥିଲେ ଆଇଜି ଦୀପ୍ତେଶ ପଟ୍ଟନାୟକ। ଏହାପରେ ଡିଜିପି ଅଭୟ ଏହି କାର୍ଯାନୁଷ୍ଠାନ ଗ୍ରହଣ କରିଥିବା କୁହାଯାଉଛି।

ସୂଚନା ଅନୁସାରେ, ନିଶା କାରବାରରେ ଧରାପଡ଼ି ଜାମିନରେ ବାହାରିବା ପରେ ମାଫିଆ ଜଣକ ଜବତ ଗାଡ଼ିକୁ ଛଡ଼ାଇବା ପାଇଁ ପୁଲିସ ଅଧିକାରୀଙ୍କ ସହ ମୁଲଚାଲ କରୁଥିବାର ଅଡ଼ିଓ ସାମ୍ନାକୁ ଆସିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଆସିଛି ଏପରି ସାଂଘାତିକ ଅଭିଯୋଗ ଏବଂ  ଭାଇରାଲ ଅଡିଓରେ ନିଶା ବେପାରୀ ସହ କଥା ହେଉଥିବା ବାବୁ ଜଣକ ଜଲେଶ୍ୱର ଥାନା ଆଇଆଇସି ଧନେଶ୍ୱର ସାହୁ ବୋଲି ଚର୍ଚ୍ଚା ହେଉଛି । ସେପଟେ ପୁଲିସ ଓ ଡ୍ରଗ୍ସ ମାଫିଆଙ୍କ ମଧ୍ୟରେ ମଧ୍ୟସ୍ଥି ସାଜିଛନ୍ତି ଜଣେ ଓକିଲ ।

publive-image ଅଭିଯୋଗ ଅନୁସାରେ ଫୋନର ଗୋଟିଏ ପଟେ ଅଛନ୍ତି  ଡ୍ରଗ୍ସ ମାଫିଆ ଓ ଆଉ ଗୋଟିଏ ପଟେ ଅଛନ୍ତି ଜଳେଶ୍ୱର ଥାନାର ଆଇଆଇସି ଧନେଶ୍ୱର ସାହୁ ।  ଡ୍ରଗ୍ସ ମାଫିଆଜଣକ ବ୍ରାଉନସୁଗାର କାରବାର କରି ଧରାପଡ଼ିବା ପରେ  ଏବେ  ଜାମିନରେ ଅଛି। କିନ୍ତୁ ତାର ଜବତ ଗାଡ଼ି  ଜଳେଶ୍ୱର ଥାନା ଆଇଆଇସିଙ୍କ କବଜାରେ ଅଛି । ଉକ୍ତ ଗାଡ଼ିକୁ  ଛଡ଼ାଇବା ପାଇଁ ମାଫିଆ ଜଣକ ପୁଲିସ ଆଇଆଇସିଙ୍କୁ ୨ଲକ୍ଷ ଟଙ୍କା ଦେଇଥିବା କଥା କହୁଥିବା ସ୍ପଷ୍ଟ ଶୁଣାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe