ଭୁବନେଶ୍ବର : ବିଜେପିର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ସେ ଚିକିତ୍ସା ପାଇଁ ଏମ୍ସ୍ରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପତ୍ନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇ ଏମ୍ସ୍ରେ ଭର୍ତ୍ତି ହୋଇଛନ୍ତି। ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ୍ ପକ୍ଷରୁ ବିଧିବଦ୍ଧ ଭାବେ କୌଣସି ସୂଚନା ଦିଆଯାଇ ନାହିଁ। ସୂଚନାଯୋଗ୍ୟ ଯେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ଆକ୍ରାନ୍ତ ହୋଇ ଏବେ ଏମ୍ସ୍ରେ ଚିକିତ୍ସାଧୀନ ଅଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହୋଇଛି।
ଜୟନାରାୟଣ ମିଶ୍ର ଏମ୍ସ୍ରେ ଭର୍ତ୍ତି
/sambad/media/post_attachments/wp-content/uploads/2021/05/Jayanarayan-Mis9176.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)