ଦଳ ବିରୋଧୀ କାର୍ଯ୍ୟକଳାପ ପାଇଁ ବିଜେଡିରୁ ନିଲମ୍ବିତ ହେଲେ ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶ

Advertisment
ଉପନିର୍ବାଚନରେ ଦଳ ବିରୋଧୀ କାର୍ଯ୍ୟ କରିଥିଲେ ଜୀବନପ୍ରଦୀପ ଦାଶ: ରବୀନ୍ଦ୍ର

ବାଲେଶ୍ବର: ଦଳ ବିରୋଧୀ କାର୍ଯ୍ୟକଳାପ ଲାଗି ବାଲେଶ୍ବରର ପୂର୍ବତନ ବିଧାୟକ ଜୀବନ ପ୍ରଦୀପ ଦାଶଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦେଶକ୍ରମେ ଏହି ନିଷ୍ପତ୍ତି ନିଆଯାଇଛି ବୋଲି ପ୍ରେସ ବିଜ୍ଞପ୍ତି ଯୋଗେ  ଦଳର ମିଡିଆ ବ୍ୟାପାର ସାଧାରଣ ସଂପାଦକ ମାନସ ମଙ୍ଗରାଜ ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ୨୦୦୪ ମେଣ୍ଟ ସରକାର ସମୟରେ ଶ୍ରୀ ଦାଶ ବାଲେଶ୍ୱର ସଦର ଆସନରେ ବିଜେପିରୁ ପ୍ରଥମଥର ପାଇଁ ବିଧାୟକ ନିର୍ବାଚିତ ହୋଇଥିଲେ। ପରେ ବିଜୁ ଜନତା ଦଳରେ ଯୋଗଦେଇ ୨୦୦୯ ଓ ୨୦୧୪ରେ ସେ ଦୁଇଦୁଇ ଥର ବିଧାୟକ ହୋଇଥିଲେ। ତେବେ ୨୦୧୯ ବିଧାନସଭା ନିର୍ବାଚନରେ ସେ ବିଜେପି ପ୍ରାର୍ଥୀ ସ୍ବର୍ଗତ ମଦନ ମୋହନ ଦତ୍ତଙ୍କ ଠାରୁ ପରାଜିତ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe