ବସ୍ତା-୨ : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଲଗାଣ ବର୍ଷା ଲାଗିରହିଛି। ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ଦେଇ ପ୍ରବାହିତ ହେଉଥିବା ଜଳକା ନଦୀସ୍ତର ଫୁଲିଛି। ବସ୍ତାଠାରେ ଜଳକା ନଦୀର ବିପଦ ସଙ୍କେତ ୫.୫ ମିଟର ଥିବାବେଳେ ରବିବାର ସକାଳ ୧୦ଟା ସୁଦ୍ଧା ଜଳସ୍ତର ୫.୭୮ ମିଟରରେ ପ୍ରବାହିତ ହେଉଥିବା ଜଣାପଡ଼ିଛି। ଆସନ୍ତାକାଲି ମଧ୍ୟ ବର୍ଷା ଲାଗିରହିବ ବୋଲି ପାଣିପାଗ ବିଭାଗ ସୂତ୍ରରୁ ସୂଚନା ମିଳିଛି। ଏଭଳି ପରିସ୍ଥିତିରେ ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା ଦେଖାଦେଇଛି। ବିଶେଷ କରି ତଳତାପଣ୍ଡା ନଦୀବନ୍ଧ ଦୁର୍ବଳ ଥିବାରୁ ସ୍ଥାନୀୟ ଲୋକମାନେ ଭୟଭୀତ ଅବସ୍ଥାରେ ଅଛନ୍ତି।
ବିପଦ ସଂକେତ ଉପରେ ଜଳକା, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା
/sambad/media/post_attachments/wp-content/uploads/2021/09/jalaka.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)