ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ, ଆବୋଲି ସୁନୀଲ ନରଭଣେଙ୍କୁ ନୂଆ ଦାୟିତ୍ବ

ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ବଦଳିଲେ ଜିଲ୍ଲାପାଳ, ଆବୋଲି ସୁନୀଲ ନରଭଣେଙ୍କୁ ନୂଆ ଦାୟିତ୍ବ

ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ ପୂର୍ବରୁ ଏଠାରେ ଥିବା ଜିଲ୍ଲାପାଳ ସରୋଜ କୁମାର ସାମଲଙ୍କ ବଦଳି ହୋଇଛି। ସୋନପୁର ଜିଲ୍ଲାପାଳ ଆବୋଲି ସୁନୀଲ ନରଭଣେଙ୍କୁ ଝାରସୁଗୁଡ଼ାରେ ନୂଆ ଦାୟିତ୍ବ ମିଳିଛି। ଏନେଇ ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀମତୀ ନରଭଣେଙ୍କୁ ନିର୍ଦ୍ଦେଶ ହୋଇଛି ଯେ, ସୋନପୁର ଅତିରିକ୍ତ ଜିଲ୍ଲାପାଳଙ୍କୁ ଦାୟିତ୍ବ ଦେଇ ସେଠାରୁ ନୂତନ କାର୍ଯ୍ୟସ୍ଥଳ (ଝାରସୁଗୁଡ଼ା)କୁ ଯାଇ କାର୍ଯ୍ୟରେ ଯୋଗଦାନ କରିବେ।

ସୂଚନାଯୋଗ୍ୟ, ଝାରସୁଗୁଡ଼ାରେ ଉପନିର୍ବାଚନ ନେଇ ନିକଟରେ ନିର୍ବାଚନ କମିସନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ମେ’ ୧୦ ତାରିଖରେ ଏଠାରେ ଭୋଟ୍‌ ଗ୍ରହଣ କରାଯାଇ ୧୩ ତାରିଖରେ ଫଳାଫଳ ପ୍ରକାଶ ପାଇବ। ଆସନ୍ତା ଏପ୍ରିଲ ୧୩ ତାରିଖରେ  ଗଜେଟ ନୋଟିଫିକେସନ୍ ପ୍ରକାଶ ପାଇବ। ୨୦ ତାରିଖ ନାମାଙ୍କନ ଦାଖଲର ଶେଷ ଦିନ ଏବଂ ୨୧ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ। ୨୪ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ଦିନ ହୋଇଥିବା ବେଳେ ମେ’ ୧୦ ତାରିଖରେ ଭୋଟିଂ ହୋଇ ୧୩ରେ ଫଳାଫଳ ପ୍ରକାଶ ପାଇବ। ମେ ୧୫ ତାରିଖ ସୁଦ୍ଧା ସମସ୍ତ ନିର୍ବାଚନ ପ୍ରକ୍ରିୟା ଶେଷ ହେବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe