ଭୁବନେଶ୍ବର: ଗ୍ରୀଷ୍ମ ପ୍ରବାହରୁ ଆଜି ମଧ୍ୟ ତ୍ରାହି ମିଳିନାହିଁ। ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରାକୁ ଝାଞ୍ଜି ପବନ ଜୀନଜୀବନ ଅସ୍ତବ୍ୟସ୍ତ କରିଛି। ଝାରସୁଗୁଡ଼ାରେ ଦିନ ୨ଟା ୩୦ ସମୟରେ ୪୬.୬ ଡ଼ିଗ୍ରି ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ସମ୍ବଲପୁର ପାରଦ ୪୫.୬ ଡ଼ିଗ୍ରି ପହଞ୍ଚିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ, ହୀରାକୁଦରେ ୪୪.୫, ରାଉରକେଲାରେ ୪୩.୮, କେନ୍ଦୁଝରରେ ୪୧.୪, ବାଲେଶ୍ବରରେ ୩୬.୬, ଭୁବନେଶ୍ବରରେ ୩୬.୪, ଚାନ୍ଦବାଲିରେ ୩୬.୨, ପୁରୀରେ ୩୪.୪, ଗୋପାଳପୁରରେ ୩୪.୩ ଓ ପାରାଦୀପରେ ୩୩.୩ ଡିଗ୍ରି ତାପମାତ୍ରା ରେକର୍ଡ ହୋଇଛି।

ଓଡ଼ିଶାରେ ପ୍ରବଳ ଖରା ହେଉଥିବା ବେଳେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି। ଏହା ଉତ୍ତର-ପୂର୍ବ ଅଞ୍ଚଳ ଆଡକୁ ମୁହାଁଇବ। ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏନେଇ ସୂଚନା ଦେଇଛନ୍ତି। ଶ୍ରୀ ମହାପାତ୍ର କହିଛନ୍ତି, ମୌସୁମୀ ଆଗୁଆ ଆସି। ଦୁଇ ଦିନ ପୂର୍ବରୁ କେରଳ ଛୁଇଁଛି। ଓଡିଶାକୁ ଜୁନ ୧୨ ପରେ ମୌସୁମୀ ଛୁଇଁବାର ସମ୍ଭାବନା ରହିଛି। ଦେଶରେ ଏଥର ଭଲ ବର୍ଷା ହେବ। ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇପାରେ। ୧ ଜୁନରୁ ୩୧ ସେପଟେମ୍ବର ଯାଏଁ ମୌସୁମୀ ପାଇଁ ୮୭ ସେଣ୍ଟିମିଟର ବର୍ଷା ହେଇଥାଏ, ଏଥର ୧୦୬ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି।