ଭୁବନେଶ୍ୱର : ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଝାରସୁଗଡ଼ା ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଞ୍ଚିଛି। ସୂଚନାଯୋଗ୍ୟ, ୪ ଦିନ ଆଗରୁ ଝାରସୁଗୁଡ଼ା ଜିଲ୍ଲାରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨କୁ ବଢ଼ିଛି।
/sambad/media/post_attachments/wp-content/uploads/2020/05/dist-300x284.jpg)
ରାଜ୍ୟରେ ଆଜି ସକାଳେ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ସଂପୃକ୍ତ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ଗଞ୍ଜାମ ଜିଲ୍ଲାରେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଥିଲା । ଗଞ୍ଜାମ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୯ରେ ପହଞ୍ଚିଥିଲା। ଏଥିସହିତ ନୂତନ ସଂକ୍ରମିତ ଜିଲ୍ଲା ତାଲିକାରେ ସାମିଲ ହୋଇଥିଲା ଗଞ୍ଜାମ। ତେବେ ଜିଲ୍ଲାର କେଉଁ ସ୍ଥାନରୁ ଦୁଇ ପଜିଟିଭ ଚିହ୍ନଟ ହୋଇଛନ୍ତି ତାହା ସ୍ପଷ୍ଟ ହୋଇନାହିଁ।
Follow Us